Sunday, May 31, 2026
26.9 C
Odisha

    ନୂଆପଡ଼ା ଉପନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ

    ଆଗକୁ ପଢନ୍ତୁ

    ନୂଆପଡ଼ା : ନୂଆପଡ଼ା ଉପନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ । ଜିଲ୍ଲାପ୍ରଶାସନ ପକ୍ଷରୁ ଆଜି ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ନୂଆପଡ଼ା ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ମଧୁସୂଦନ ଦାସ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ଉପସ୍ଥିତିରେ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ କରିଛନ୍ତି । ନୂଆପଡ଼ା ନିର୍ବାଚନ ମଣ୍ଡଳୀରେ ମୋଟ ୨ଲକ୍ଷ ୫୩ ହଜାର ୬୨୪ ଭୋଟର ରହିଛନ୍ତି । ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୧ ଲକ୍ଷ ୨୪ ହଜାର ୧୦୮, ମହିଳା ଭୋଟରଙ୍କ ସଂଖ୍ୟା ୧ ଲକ୍ଷ ୨୯ ହଜାର ୪୯୫ ଏବଂ ୨୧ ଜଣ ତୃତୀୟ ଲିଙ୍ଗୀ ଭୋଟ ଅଛନ୍ତି । ନଭେମ୍ବର ୧୧ରେ ନୂଆପଡ଼ା ପାଇଁ ଭୋଟ ଓ ୧୪ରେ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଆସନ୍ତା ୧୩ରେ ନୂଆପଡା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.9 ° C
    26.9 °
    26.9 °
    76 %
    2kmh
    99 %
    Sat
    27 °
    Sun
    39 °
    Mon
    40 °
    Tue
    41 °
    Wed
    43 °

    ସମ୍ବନ୍ଧିତ