Thursday, October 15, 2026
23.2 C
Odisha

    ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ପୁରୀ: ନୂଆବର୍ଷରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା। ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହେବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ପରୀକ୍ଷାମୂଳକ ଭାବେ ଡିସେମ୍ବର ୩୦ ଏବଂ ୩୧ ତାରିଖରେ ଧାଡି ଦର୍ଶନ ହେବ। ଜାନୁଆରୀ ୧ ତାରିଖ ଅର୍ଥାତ୍ ନୂଆବର୍ଷ ଠାରୁ ଧାଡି ଦର୍ଶନ ହେବ। ଭକ୍ତମାନେ ସାତ ପାହାଚ ଦ୍ଵାର ଦେଇ ପ୍ରବେଶ କରିବାକୁ ଥିବାବେଳେ ଘଣ୍ଟି ଏବଂ ଗାରଦ ଦ୍ଵାରରେ ପ୍ରସ୍ଥାନ କରିବେ। ଘଣ୍ଟି ଦ୍ଵାରରେ ମହିଳା ଏବଂ ବରିଷ୍ଠ ନାଗରିକମାନେ ପ୍ରସ୍ଥାନ କରିବେ ଏବଂ ଗାରଦ ଦ୍ଵାରରେ ପୁରୁଷମାନେ ଜଗା ଦର୍ଶନ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.2 ° C
    23.2 °
    23.2 °
    96 %
    1.7kmh
    24 %
    Thu
    23 °
    Fri
    29 °
    Sat
    28 °
    Sun
    27 °
    Mon
    30 °

    ସମ୍ବନ୍ଧିତ