Thursday, September 4, 2025
23.3 C
Odisha

    ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ବୈଷୟିକ କମିଟି, ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନୂଆ ଢ଼ାଞ୍ଚାରେ ଭୁବନେଶ୍ବରରେ ମେଟ୍ରୋ । କେନ୍ଦ୍ର ସରକାରଙ୍କ ସହଯୋଗରେ ହେବ ମେଟ୍ରୋ । ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ଟେକ୍ନିକାଲ କମିଟି । ଏହି କମିଟି ବିଭିନ୍ନ ସହରକୁ ଯାଇ ସ୍ଥିତି ଅନୁଧ୍ୟାନ କରିବ । ନୂଆ ଟ୍ରାକ ନେଇ କମିଟି ରିପୋର୍ଟ ଦେବ । ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀ ସ୍ତରୀୟ ସବ କମିଟିର ଦ୍ଵିତୀୟ ବୈଠକରେ ନିଷ୍ପତ୍ତି ହୋଇଛି ।

    ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀସ୍ତରୀୟ ସବ୍‌ କମିଟିର ଦ୍ଵିତୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ବୈଠକରେ କମ୍ପ୍ରେହେନସିଭ ମୋବିଲିଟି ଯୋଜନା ତିଆରି ହୋଇଛି । କେଉଁ ଲାଇନରେ ଯିବ, କେଉଁ ଜାଗାରେ ପାର୍କିଙ୍ଗ ଅଞ୍ଚଳ ହେବ, ସେନେଇ ଟେକ୍ନିକାଲ କମିଟି ରିପୋର୍ଟ ଦେବ । ସାଧାରଣ ଲୋକଙ୍କ ମତାମତ ନିଆଯିବ । ପୁରୁଣା ପ୍ରକଳ୍ପ ଅନୁଯାୟୀ ରାସ୍ତାରେ ଟ୍ରାଫିକ୍ ଜାମ୍ ରହୁଛି । ଟେଷ୍ଟିଂ ବେଳେ କ’ଣ ଅବସ୍ଥା ହେଲା କେତେ ହଇରାଣ ହେବାକୁ ପଡିଲା । ମେଟ୍ରୋ କାମ ଚାଲିଥିଲେ ପୁରା ରାସ୍ତା ଠପ୍ ହୋଇଯାଇଥାନ୍ତା । ସେଥିପାଇଁ ନୂଆ ଟ୍ରାକ୍ ଯାହା ହେବ କମିଟି ରିପୋର୍ଟ ଦେବ ବୋଲି ମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.3 ° C
    23.3 °
    23.3 °
    94 %
    1.1kmh
    100 %
    Thu
    30 °
    Fri
    29 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ