Friday, February 20, 2026
21.9 C
Odisha

    ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡିଶା ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି । ସେହିପରି ୧୩ ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଉପସ୍ଥିତରେ ଶପଥ ନେଲେ ମୋହନ ମାଝୀ । ସେହିପରି ଏହି ଭବ୍ୟ ଶପଥ ଗ୍ରହଣ ସମାରୋହରେ ଯୋଗୀ ଆଦିତ୍ୟନାଥଙ୍କ ସହ ପ୍ରାୟ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ସେହିପରି ବିଜୁ ଜନତା ଦଳ(ବିଜେଡି) ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଆଜି ନିମନ୍ତ୍ରଣ ଦେବାକୁ ଯାଇଥିଲେ ନିଜେ ମୋହନ ମାଝୀ। ଶପଥ ପାଠ ସମାରୋହକୁ ଆସିବାକୁ ମୋହନଙ୍କୁ ପ୍ରତିଶ୍ରୁତି ଦେଇଥିଲେ ନବୀପ ପଟ୍ଟନାୟକ। ପ୍ରତିଶ୍ରୁତି ରକ୍ଷା କରି ନବୀନ ପଟ୍ଟନାୟକ ଶପଥ ଗ୍ରହଣ ଉତ୍ସବରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି । ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଶପଥ ନେଇଛନ୍ତି । ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ଯବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ, ସଂପଦ ସ୍ବାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.9 ° C
    21.9 °
    21.9 °
    29 %
    2.3kmh
    1 %
    Fri
    22 °
    Sat
    35 °
    Sun
    35 °
    Mon
    35 °
    Tue
    35 °

    ସମ୍ବନ୍ଧିତ