Monday, October 5, 2026
22.4 C
Odisha

    ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କିଟ୍‌‌ ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଏବଂ ଏହାପରେ ସୃଷ୍ଟି ହୋଇଥିବା ବିବାଦକୁ ନେଇ ଆଜି ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଥା ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ରାଜ୍ୟ ସରକାର ଏହି ଘଟଣା ଉପରେ ତୀକ୍ଷ୍‌‌ଣ ନଜର ରଖିଥିବା ନେପାଳ ବୈଦେଶିକ ମନ୍ତ୍ରୀଙ୍କୁ ଜଣାଇଛନ୍ତି। ଏଥିସହ ନେପାଳ ଦୂତବାସର ଦୁଇ ଅଧିକାରୀଙ୍କୁ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭେଟିଛନ୍ତି। କିଟ ଘଟଣାରେ ରାଜ୍ୟ ସରକାର ନେଇଥିବା ସମସ୍ତ ପଦକ୍ଷେପ ସମ୍ପର୍କରେ ସେମାନଙ୍କୁ ଅବଗତ କରିଛନ୍ତି। ଏହି ଆଲୋଚନାରେ ମୁଖ୍ୟ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାଗ ନେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    75 %
    1.4kmh
    0 %
    Sun
    22 °
    Mon
    31 °
    Tue
    31 °
    Wed
    31 °
    Thu
    29 °

    ସମ୍ବନ୍ଧିତ