Tuesday, March 10, 2026
21.3 C
Odisha

    ନ୍ୟାସନାଲ ଜିଓଗ୍ରାଫିକ କଭର୍ ରେ ଶିମିଳିପାଳ ‘କଳାବାଘ’, ‘X’ରେ ଖୁସି ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନ୍ୟାସନାଲ ଜିଓଗ୍ରାଫିକ ପତ୍ରିକା ପ୍ରଚ୍ଛଦ ପୃଷ୍ଠାରେ ଶିମିଳିପାଳ କଳାବାଘ ଫଟୋ । ‘X’ରେ ପୋଷ୍ଟ କରି ଖୁସି ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶିମିଳିପାଳର ସୌନ୍ଦର୍ଯ୍ୟ କଳାବାଘର ଚିତ୍ର ଦେଖି ଖୁସି ହେଲି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶିମିଳିପାଳର ଉଦ୍ଭିଦ ଓ ବନ୍ୟଜନ୍ତୁ ଭୂଦେବୀଙ୍କ ଆଶୀର୍ବାଦ ବୋଲି କହିଛନ୍ତି । ଶିମିଳିପାଳ ସର୍ବଦା ଫଟୋଗ୍ରାଫର, ପ୍ରକୃତିପ୍ରେମୀଙ୍କ ପାଇଁ ଆକର୍ଷଣୀୟ । ପତ୍ରିକାରେ ଆଲେଖ୍ୟ ଓ ଫଟୋ ପାଇଁ ପ୍ରସେନଜିତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

    ସେହିପରି ଏହି ପ୍ରସଙ୍ଗରେ NatGeo କଭର୍ ରେ ଶିମିଳିପାଳ ‘କଳାବାଘ’ ଫଟୋ ସ୍ଥାନପାଇବା ପ୍ରସଙ୍ଗରେ ଖୁସି ପ୍ରକାଶ କଲେ ନବୀନ ପଟ୍ଟନାୟକ । ‘X’ରେ ପୋଷ୍ଟ କରି ଖୁସି ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପତ୍ରିକାର ଅକ୍ଟୋବର ସଂସ୍କରଣରେ ସ୍ଥାନ ପାଇଛି କଳାବାଘ ଫଟୋ । ଏହା ଓଡ଼ିଶା ପାଇଁ ଗର୍ବ କରିବାର ମୁହୂର୍ତ୍ତ ବୋଲି ନବୀନ କହିଛନ୍ତି। ଫଟୋଗ୍ରାଫର ଓ ପ୍ରାବନ୍ଧିକ ପ୍ରସେନଜିତ ଯାଦବଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କଳାବାଘ’ର ଖୁବ ସୁନ୍ଦର ଫଟୋ ଉଠାଇଥିବାରୁ ଧନ୍ୟବାଦ ଜଣାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.3 ° C
    21.3 °
    21.3 °
    90 %
    1.6kmh
    0 %
    Tue
    37 °
    Wed
    38 °
    Thu
    38 °
    Fri
    39 °
    Sat
    40 °

    ସମ୍ବନ୍ଧିତ