Saturday, October 10, 2026
30.1 C
Odisha

    ପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ୍‌

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ସରକାରୀ କର୍ମଚାରୀଙ୍କ ସମୟୋଚିତ ଉପସ୍ଥାନକୁ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍‌ ଉପସ୍ଥାନ ବ୍ୟବସ୍ଥା ସ୍ଥାପନ କରାଯିବ। ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଏପରି ଉପସ୍ଥାନ ବାଧ୍ୟତାମୂଳକ କରାଯାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଅତିରିକ୍ତ ସଚିବ ସୂର୍ଯ୍ୟନାରାୟଣ ଦାଶ ଏହି ମର୍ମରେ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖି ଅବଗତ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ରାଜ୍ୟ ସରକାର ସମୟାନୁବର୍ତ୍ତିତା ଏବଂ ନିୟମିତ ଉପସ୍ଥାନ ଉପରେ ଗୁରୁତ୍ବ ଦେଉଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ସଫଳତାର ସହ ବାୟୋମେଟ୍ରିକ୍ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଏବେ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଏବଂ ଜିଲ୍ଲା ପରିଷଦ କାର୍ଯ୍ୟାଳୟଗୁଡ଼ିକରେ ଏହାର ସ୍ଥାପନ ସହ କାର୍ଯ୍ୟକ୍ଷମ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦେଶ ଦିଆଯାଇଛି। ଯଥାଶୀଘ୍ର ବାୟୋମେଟ୍ରିକ୍‌ ଲଗାଇ ରିପୋର୍ଟ ଦେବାକୁ ନିର୍ଦେଶ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    55 %
    3.3kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ