Friday, January 23, 2026
27.8 C
Odisha

    ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ, ବିଧି ମୁତାବକ ହେବ ପୂଜା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ଆଜି ହେବ ରଥକାଠ ଅନୁକୂଳ ।  ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ ।  ରଥଯାତ୍ରା ପାଇଁ ବିଧି ମୁତାବକ ତିନିଟି କାଠକୁ ପୂଜା କରାଯିବ ।  ରଥ ନିର୍ମାଣ ସୃଜନୀ କାର୍ଯ୍ୟ ହୋଇଥିବାରୁ ମା’ ସରସ୍ବତୀଙ୍କ ଆବାହନ କରାଯିବ ।  ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରାଯାଇ ରଥଯାତ୍ରା ନିର୍ବିଘ୍ନ ସମାପନ ପାଇଁ ପ୍ରାର୍ଥନା କରାଯିବ ।  ରଥ ସଂହିତା ଅନୁଯାୟୀ, ତିନି ରଥ ନିର୍ମାଣ ପାଇଁ ୪୨୬ ଘଣ୍ଡ ଧଉରା, ୩୬୪ ଖଣ୍ଡ ଅସନ, ୭୨ ଖଣ୍ଡ ଫାଶି ଓ ୩ ଖଣ୍ଡ ଶିମିଳି କାଠ, ଏହିପରି ମୋଟ୍ ୮୬୫ ଖଣ୍ଡ କାଠ ଆବଶ୍ୟକ ପଡ଼େ ।

    ଗତବର୍ଷ ରଥଯାତ୍ରାରେ ୪୭ ଖଣ୍ଡ କାଠ ବଳକା ରହିଥିବା ବେଳେ ଆଉ ମୋଟ ୮୧୮ ଖଣ୍ଡ କାଠ ଆବଶ୍ୟକ ରହିଛି ।  ରଥ ନିର୍ମାଣ ନିମନ୍ତେ ପ୍ରଥମ ପର୍ୟ୍ୟାୟ କାଠ ବି ଆସି ପୁରୀରେ ପହଞ୍ଚସାରିଛି ।  ଆଜି ରଥକାଠ ଅନୁକୂଳ ପରେ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ୟ୍ୟର ଅନୁକୂଳ ନୀତି ଅନୁଷ୍ଠିତ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.8 ° C
    27.8 °
    27.8 °
    31 %
    1.5kmh
    0 %
    Fri
    29 °
    Sat
    30 °
    Sun
    31 °
    Mon
    32 °
    Tue
    32 °

    ସମ୍ବନ୍ଧିତ