Sunday, March 29, 2026
39.1 C
Odisha

    ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ, ବିଧି ମୁତାବକ ହେବ ପୂଜା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ଆଜି ହେବ ରଥକାଠ ଅନୁକୂଳ ।  ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ ।  ରଥଯାତ୍ରା ପାଇଁ ବିଧି ମୁତାବକ ତିନିଟି କାଠକୁ ପୂଜା କରାଯିବ ।  ରଥ ନିର୍ମାଣ ସୃଜନୀ କାର୍ଯ୍ୟ ହୋଇଥିବାରୁ ମା’ ସରସ୍ବତୀଙ୍କ ଆବାହନ କରାଯିବ ।  ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରାଯାଇ ରଥଯାତ୍ରା ନିର୍ବିଘ୍ନ ସମାପନ ପାଇଁ ପ୍ରାର୍ଥନା କରାଯିବ ।  ରଥ ସଂହିତା ଅନୁଯାୟୀ, ତିନି ରଥ ନିର୍ମାଣ ପାଇଁ ୪୨୬ ଘଣ୍ଡ ଧଉରା, ୩୬୪ ଖଣ୍ଡ ଅସନ, ୭୨ ଖଣ୍ଡ ଫାଶି ଓ ୩ ଖଣ୍ଡ ଶିମିଳି କାଠ, ଏହିପରି ମୋଟ୍ ୮୬୫ ଖଣ୍ଡ କାଠ ଆବଶ୍ୟକ ପଡ଼େ ।

    ଗତବର୍ଷ ରଥଯାତ୍ରାରେ ୪୭ ଖଣ୍ଡ କାଠ ବଳକା ରହିଥିବା ବେଳେ ଆଉ ମୋଟ ୮୧୮ ଖଣ୍ଡ କାଠ ଆବଶ୍ୟକ ରହିଛି ।  ରଥ ନିର୍ମାଣ ନିମନ୍ତେ ପ୍ରଥମ ପର୍ୟ୍ୟାୟ କାଠ ବି ଆସି ପୁରୀରେ ପହଞ୍ଚସାରିଛି ।  ଆଜି ରଥକାଠ ଅନୁକୂଳ ପରେ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ୟ୍ୟର ଅନୁକୂଳ ନୀତି ଅନୁଷ୍ଠିତ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.1 ° C
    39.1 °
    39.1 °
    12 %
    3.7kmh
    2 %
    Sun
    39 °
    Mon
    41 °
    Tue
    38 °
    Wed
    40 °
    Thu
    40 °

    ସମ୍ବନ୍ଧିତ