Friday, September 18, 2026
25.4 C
Odisha

    ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତି। ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର‌ ଶୋକ ପ୍ରକାଶ କରିଛନ୍ତି।

    ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସଞ୍ଜିତା ମହାନ୍ତି ୧୯୫୮ ମସିହାର ସେପ୍ଟେମ୍ବର ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ରାଜେନ୍ଦ୍ର କୁମାର ସିଂହ। ସେ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର କରିଥିଲେ ଏବଂ ପରେ ଓଡ଼ିଶୀ ନୃତ୍ୟରେ ସ୍ନାତକତ୍ତୋର କରିଥିଲେ । ପରବର୍ତ୍ତୀ ସମୟରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆଇନ ପଢ଼ିଥିଲେ । ସେ ଜଣେ ଓକିଲ ଭାବରେ କାର୍ଯ୍ୟ କରୁଥିଲେ । ସଞ୍ଚିତା ମହାନ୍ତି ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳର ଜଣେ କର୍ମୀ ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭାର ୧୩ଶ ସଭାକୁ ନିର୍ବାଚିତ ହୋଇଥିଲେ

    ସଞ୍ଚିତା ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି କୋରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହା ଯାଏଁ କାର୍ଯ୍ୟ କରିଥିଲେ। ଏହି ବିଧାନ ସଭାରେ ସେ ଗୃହ ପର୍ଯ୍ୟଟନ ବିଭାଗ କମିଟି, ମହିଳା ଓ ଶିଶୁ ବିକାଶ କଲ୍ୟାଣ କମିଟି ଆଦିରେ ଜଣେ ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ ।
    ଏହାପରେ ସଞ୍ଚିତା ୨୦୦୯ ମସିହାରେ ଓଡ଼ିଶା ବିଧାନ ସଭା ପାଇଁ ହୋଇଥିବା ସାଧାରଣ ନିର୍ବାଚନରେ ପୁଣିଥରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ସମୁଦାୟ ୬,୧୦୧ ଖଣ୍ଡ ଭୋଟ ପାଇ ୩ୟ ସ୍ଥାନରେ ଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ପ୍ରୀତିରଂଜନ ଘଡାଇ ୬୧,୪୪୮ ଖଣ୍ଡ ଭୋଟ ପାଇଁ ବିଜୟୀ ହୋଇ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଭାରତୀୟ ଜାତୀୟ କଂଗ୍ରେସ ଦଳର ପ୍ରାର୍ଥୀ ହେମଲତା ଖୁଣ୍ଟିଆ ସମୁଦାୟ ୩୬,୩୩୬ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନ ଥିଲେ।

    ତାଙ୍କର ଦୁଇଟି ପୁଅ ଅଛନ୍ତି

    ପରବର୍ତ୍ତୀ ସମୟରେ ୨୦୧୪ ମସିହାରେ ଓଡ଼ିଶା ବିଧାନ ସଭା ପାଇଁ ହୋଇଥିବା ସାଧାରଣ ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କୋରେଇ ବିଧାନସଭା ଆସନରୁ ପୁଣିଥରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ମଧ୍ୟ ସେ ୩ୟ ସ୍ଥାନରେ ରହିଥିଲେ। ସଞ୍ଚିତା ସମୁଦାୟ ଭୋଟରୁ ମାତ୍ର ୧୫, ୭୬୧ ଖଣ୍ଡ ଭୋଟ ପାଇଥିଲେ । ଏହି ନିର୍ବାଚନ ମଣ୍ଡଳୀରୁ ବିଜୁ ଜନତା ଦଳର ବିଜୟୀ ପ୍ରାର୍ଥୀ ଆକାଶ ଦାସ ନାୟକ ସମୁଦାୟ ୭୩,୯୬୬ ଖଣ୍ଡ ଭୋଟ ପାଇଥିଲେ ଏବଂ ୨ୟ ସ୍ଥାନରେ ଥିବା ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ବିଶ୍ୱଜିତ ନାୟକ ସମୁଦାୟ ୩୧,୦୯୯ ଖଣ୍ଡ ଭୋଟ ପାଇଥିଲେ। ସଞ୍ଚିତା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଗୋପୀନାଥ ମହାନ୍ତିଙ୍କୁ ବିବାହ କରିଥିଲେ। ତାଙ୍କର ଦୁଇଟି ପୁଅ ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.4 ° C
    25.4 °
    25.4 °
    87 %
    1.2kmh
    100 %
    Fri
    25 °
    Sat
    31 °
    Sun
    31 °
    Mon
    29 °
    Tue
    30 °

    ସମ୍ବନ୍ଧିତ