Saturday, March 21, 2026
27.2 C
Odisha

    ପରିବାର ସହ ଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର , ପୁରୀ ଗସ୍ତ କରିବେ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର । ସିଇସି ଶ୍ରୀ କୁମାର ଭୁବନେଶ୍ୱର ବିମାନବନ୍ଦରରେ ପରିବାର ସହିତ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ସେଠାରୁ କୋଣାର୍କ ମଧ୍ୟ ଗସ୍ତ କରିବେ । ୨୮ତାରିଖରେ ସିଇସି ରଘୁରାଜପୁର, ଧଉଳି ଶାନ୍ତିସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ୨୯ତାରିଖ ଅପରାହ୍ଣ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ୍‌ସ୍ତରୀୟ ଅଧିକାରୀଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ କରିବେ। ସେହିଦିନ ରାତିରେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    27.2 ° C
    27.2 °
    27.2 °
    48 %
    0.4kmh
    11 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ