Sunday, October 4, 2026
28.6 C
Odisha

    ପଶ୍ଚିମବଙ୍ଗ ସରକାର ଆଣିଲେ ‘ଅପରାଜିତା’ ବିଲ୍ , ୧୦ ଦିନ ମଧ୍ୟରେ ଦୋଷୀଙ୍କୁ ମିଳିବ ଫାଶୀ ଦଣ୍ଡ

    ଆଗକୁ ପଢନ୍ତୁ

    କଲିକତା: ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ବ୍ୟାପକ ଆନ୍ଦୋଳନ ଚାଲିଛି। ଏହାରି ମଧ୍ୟରେ ‘ଅପରାଜିତା’ ବିଲ୍ ପାରିତ କରିଛନ୍ତି ପଶ୍ଚିମବଙ୍ଗ ସରକାର। ଏହାର ନାମ ‘ଅପରାଜିତା ଓମେନ୍ ଆଣ୍ଡ ଚାଇଲ୍ଡ ବିଲ-୨୦୨୪’ ରଖାଯାଇଛି । ଆଜି ବେଙ୍ଗଲର ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ସରକାର ଦୁଷ୍କର୍ମ ବିରୋଧୀ ଅପରାଜିତା ବିଲ୍ ପାରିତ କରିଛନ୍ତି। ବିଲରେ ୧୦ ଦିନ ମଧ୍ୟରେ ଦୁଷ୍କର୍ମକାରୀ ଦୋଷୀଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିବା ପାଇଁ ପ୍ରାଧାନ୍ୟ ରହିଛି ।

    ଏହା ସହ ପଶ୍ଚିମବଙ୍ଗ ଦେଶର ପ୍ରଥମ ରାଜ୍ୟ ଭାବରେ ଦୁଷ୍କର୍ମ, ଗଣଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଅପରାଧ ସହ ଜଡିତ କେନ୍ଦ୍ରୀୟ ଆଇନରେ ସଂଶୋଧନ ଆଣିଛି। ଏହି ବିଲ୍ ପାରିତ ହେବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହାକୁ ଐତିହାସିକ ଏବଂ ମଡେଲ ବୋଲି କହିଛନ୍ତି। ବିଜେପି ମଧ୍ୟ ଏହି ବିଲକୁ ସମର୍ଥନ ଜଣାଇଛି। ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ମଧ୍ୟ ଏହି ବିଲ୍‌ରେ ସାତୋଟି ସଂଶୋଧନ ପାଇଁ ଏକ ପ୍ରସ୍ତାବ ଆଗତ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ