Sunday, October 4, 2026
30.6 C
Odisha

    ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ ! ୧୦ ପରେ କମିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆଜି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବରଗଡ଼, ବଲାଙ୍ଗିର ଏବଂ ନୂଆପଡ଼ା ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ଯୋଗୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାସହ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଉପରୋକ୍ତ ସମସ୍ତ ଜିଲ୍ଲାରେ ୩୦-୪୦ କିମି ବେଗ‌ରେ ପବନ ବହିବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୯ରୁ ୧୦ ତାରିଖ ପର୍ଯ୍ୟନ୍ତ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଅନ୍ୟ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିଛି। ତେବେ ୧୦ ତାରିଖ ପରେ ରାଜ୍ୟରେ ବର୍ଷାର ପ୍ରଭାବ କମିବ ଓ ୧୪ ପରେ ପୁଣି ବଢ଼ିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୂଚନାନୁଯାୟୀ, ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ରହିଛି। ଏହା ଆସନ୍ତା ୨ ଦିନରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାର ମଧ୍ୟମ ଓ କେତେକ ଜିଲ୍ଲାକୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୦ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ନାହିଁ। ଏହି ସମୟରେ ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତାକାଲି ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
    ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲାର ସମାଖୁଣ୍ଟାରେ ସର୍ବାଧିକ ୧୭ ସେମି ବର୍ଷା ହୋଇଛି। ଭଟଲି ୧୬, ବାଲେଶ୍ବର ୧୫, ଥୁ. ରାମପୁର ୧୧, ମୋରଡା ୧୦, ଅତାବିରା ୧୦, ବାରିପଦା ୯, ଅମ୍ବାଭୋନା ୯, ହୀରାକୁଦ ୯, ବୁର୍ଲା ୯, ଜୟପୁର ୯, ରେମୁଣା ୯, ବରଗଡ଼ରେ ୮ ସେମି ବର୍ଷା ହୋଇଛି। ସୋମବାର ଅପରାହ୍ଣ ସୁଦ୍ଧା ବାରିପଦାରେ ୫୨ ମି.ମି., ବରଗଡ଼ରେ ୩୩.୪, କଟକରେ ୨୮.୨ ଓ ନୂଆପଡ଼ାରେ ୨୨.୪ ମି.ମି. ବର୍ଷା ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ