Friday, October 2, 2026
25.2 C
Odisha

    ପହିଲି ରଜରେ ଉତ୍ସବମୁଖର ଓଡ଼ିଶା , ଗାଁଠୁ ସହର ସବୁଠି ରଜର ମାହୋଲ୍

    ଆଗକୁ ପଢନ୍ତୁ

    ଆଜି ପହିଲି ରଜ । ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରିବେ ପହିଲି ରଜ। ତିନି ଦିନ ଧରି ଗାଁ ଠୁ ସହର ସବୁଠି ଜମିବ ରଜର ଆସର ଜମିଥାଏ । ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ । ଚୁତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ । ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲିଥାନ୍ତି । କଥାରେ ଅଛି ଚାଷୀ ଚାଷ କାର୍ଯ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସୀରେ ରଜ ଉତ୍ସବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡ଼ିଥାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ