Sunday, October 4, 2026
29.6 C
Odisha

    ପାକିସ୍ତାନରେ ଥମୁନି ଆକ୍ରମଣ

    ଆଗକୁ ପଢନ୍ତୁ

    ପାକିସ୍ତାନରେ ଥମୁନି ଆକ୍ରମଣ । ପୋର୍ଟ ପରେ ଏବେ ଏୟାରବେସକୁ ଟାର୍ଗେଟ କରିଛନ୍ତି ବେଲୁଚିସ୍ତାନର ଆତଙ୍କବାଦୀ ସଂଗଠନ । ବେଲୁଚିସ୍ତାନ ଲିବରେସନ ଆର୍ମି ପକ୍ଷରୁ ପାକିସ୍ତାନର ଦ୍ୱିତୀୟ ସବୁଠୁ ବଡ଼ ନେବଲ ଏୟାରବେସ୍ ଉପରେ ବଡ଼ ଧରଣର ଆକ୍ରମଣ କରାଯାଇଛି । ବି.ଏଲ.ଏ ମଜିଦ ବିଗ୍ରେଡର ଆତଙ୍କବାଦୀମାନେ ଏୟାର ବେସରେ ପ୍ରବେଶ କରିବା ସହ ବିସ୍ଫୋରଣ କରିଛନ୍ତି । ଏଥିସହ ଆଖିବୁଜା ଗୁଳି ଚାଳନା ମଧ୍ୟ କରାଯାଇଛି । ଏହି ଆକ୍ରମଣରେ ମୃତାହତ ନେଇ କୌଣସି ସୂଚନା ମିଳି ନଥିବା ବେଳେ ଏଥିପାଇଁ ବେଲୁଚିସ୍ତାନ ଲିବରେସନ ଆର୍ମୀ ନିଜକୁ ଦାୟୀ କରିଛି । ବେଲୁଚିସ୍ତାନରେ ଚୀନର ନିବେଶକୁ ବିରୋଧ କରି ଆସୁଛି ଏହି ସଂଗଠନ । ଯାହାକୁ ନେଇ ପାକିସ୍ତାନ ଉପରେ ବାରମ୍ବାର ଆକ୍ରମଣ କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ