Monday, October 12, 2026
23.8 C
Odisha

    ପାକିସ୍ତାନରେ ସେନାର ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ ମୃତ

    ଆଗକୁ ପଢନ୍ତୁ

    ଇସଲାମାବାଦ : ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶର କ୍ୱେଟା ନିକଟରେ ଏକ ସେନାର ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ବିମାନରେ ଥିବା ଦୁଇ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଛି । ପାକିସ୍ତାନୀ ସେନା ପକ୍ଷରୁ ଏହି ଘଟଣା ସମ୍ପର୍କରେ ସୂଚନା ଦିଆଯାଇଛି ।

    ପାକିସ୍ତାନୀ ସେନାର ସୂଚନା ଅନୁଯାୟୀ, ସୋମବାର ମଧ୍ୟାହ୍ନ ସମୟରେ ପାକିସ୍ତାନ ଆର୍ମି ଏଭିଏସନ୍ର ଏକ ମୁଶାକ୍ (Mushshak) ଟ୍ରେନିଂ ବିମାନ କ୍ୱେଟାର ନୱାନ୍ କିଲ୍ଲି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବିମାନଟି ଉଡ଼ାଣ ସମୟରେ ଯାନ୍ତ୍ରିକ ତ୍ରୁଟିର ସମ୍ମୁଖୀନ ହୋଇଥିବାରୁ ଏହି ଅଘଟଣ ଘଟିଥିବା କୁହାଯାଉଛି । ଏହି ଘଟଣା ପରେ ପାକିସ୍ତାନୀ ସେନାରେ ଶୋକର ଛାୟା ଖେଳିଯାଇଛି।

    ଦୁଇ ଜଣ ପାଇଲଟଙ୍କ ମୃତ୍ୟୁରେ ପାକିସ୍ତାନର ରାଷ୍ଟ୍ରପତି ଆସିଫ୍ ଅଲି ଜର୍ଦ୍ଦାରୀ ଏବଂ ପ୍ରଧାନମନ୍ତ୍ରୀ ଶେହବାଜ୍ ଶରିଫ୍ ଗଭୀର ଶୋକ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତିରେ ମୃତ ପାଇଲଟଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଯାଇଛି । ଏଥିସହ ଶୋକସନ୍ତପ୍ତ ପରିବାରକୁ ଏହି ଦୁଃଖ ସହିବା ପାଇଁ ଶକ୍ତି ମିଳୁ ବୋଲି ପ୍ରାର୍ଥନା କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    76 %
    1.1kmh
    2 %
    Mon
    23 °
    Tue
    30 °
    Wed
    29 °
    Thu
    30 °
    Fri
    30 °

    ସମ୍ବନ୍ଧିତ