Saturday, October 3, 2026
24.7 C
Odisha

    ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏଥିସହିତ ତାଳଚେରକୁ ପାରାଦୀପ ସହ ଯୋଡ଼ିବାକୁ ୧୬ ହଜାର କୋଟି ବ୍ୟୟ ହେବ ବୋଲି ସେ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଭା ମଞ୍ଚରେ ପୂର୍ବ ସରକାରକୁ ମଧ୍ୟ ଟାର୍ଗେଟ୍‌ କରିଥିଲେ। ୯୯ଟି ଷ୍ଟିଲ ପ୍ଲାଣ୍ଟ ଏମ୍‌ଓୟୁ କରିଥିଲେ, କେତୋଟି କାର୍ଯ୍ୟକାରୀ କରିଛ ବୋଲି ସେ ପ୍ରଶ୍ନ କରିଥିଲେ। ପୂର୍ବ ସରକାର ସମୟରେ ପୋସ୍କୋ ଫେରିଯାଇଥିଲା, ଆମେ ଫେରାଇ ଆଣିଛୁ। ଏଥିସହିତ ମିତ୍ତଲ ପଳାଇଯିବା କଥା ଯେଉଁମାନେ କହୁଛନ୍ତି, ତାହା ବିଭ୍ରାନ୍ତିକର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେପଟେ ଜେଏସଡବ୍ଲୁ ସମୂହ ରାଜ୍ୟରେ ୪୦,୦୦୦ କୋଟି ଟଙ୍କା ବିନିଯୋଗରେ ଏକ ସମନ୍ୱିତ ବୈଦୁତିକ ଯାନ ଏବଂ ଇଭି ବ୍ୟାଟେରୀ ଉତ୍ପାଦନ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଫେବୃଆରୀ ୧୦, ୨୦୨୪ ରେ ଓଡିଶା ସରକାରଙ୍କ ସହ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛି।

    କଟକ ଜିଲାର ନାରାଜରେ ଜେଏସଡବ୍ଲୁ ଗ୍ରୁପ୍ ଏକ ଇଭି ଗାଡି ଏବଂ ଉପାଦାନ ଉତ୍ପାଦନ କାରଖାନା ସ୍ଥାପନ କରିବାକୁ ଯୋଜନା କରିଥିବାବେଳେ ଜଗତସିଂହପୁର ଜିଲାର ପାରାଦୀପରେ ଏକ ତମ୍ବା ସ୍ମେଲଟର ଏବଂ ଲିଥିୟମ୍ ରିଫାଇନାରୀ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.7 ° C
    24.7 °
    24.7 °
    83 %
    1.4kmh
    16 %
    Sat
    24 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ