Friday, April 3, 2026
39.1 C
Odisha

    ପାର୍ବଣ ପାଇଁ କଟକଣା: ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ବାଜା-ବାଣ, ଇଲେକ୍ଟ୍ରିକ ଗେଟ୍ ନିର୍ମାଣ ମନା

    ଆଗକୁ ପଢନ୍ତୁ

    କଟକ : କଟକରେ ପୁଣି ଚମକିମ ମା’ ଦୁର୍ଗାଙ୍କ ଚାନ୍ଦିମେଢ଼ । ମନଲୋଭା ମେଢ଼ରେ ମା’ଙ୍କ ପୂଜାର୍ଚ୍ଚନା ହେବ । ଏଥି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଟକରେ ଚଳିତ ବର୍ଷ ସେପ୍ଟେମ୍ବର ୨୮ ତାରିଖ ଠାରୁ ଦୁର୍ଗାପୂଜା ଆରମ୍ଭ ହେବ । ଅକ୍ଟୋବର ୩ ତାରିଖରେ ହେବ ଦୁର୍ଗାପୂଜା ଭସାଣୀ ଶୋଭାଯାତ୍ରା । କିନ୍ତୁ ପୂଜା ବେଳେ ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ବାଜା ଏବଂ ବାଣ ଉପରେ ସମ୍ପୂର୍ଣ କଟକଣା ରହିବ । କଟକ ସହର ସମସ୍ୟା ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ।

    ପୂଜାରେ ୬୫ ଡେସିବଲ ଅଧିକ ଶବ୍ଦ ଯେପରି ଉତ୍ପନ ନହେବ, ସେନେଇ ଉଭୟ କଟକ ଜିଲ୍ଲାପାଳ ଏବଂ ଡିସିପି ନଜର ରଖିବେ ବୋଲି କହିଛନ୍ତି ହାଇକୋର୍ଟ । କେବଳ ୪ଟି ସାଉଣ୍ଡ ବକ୍ସ ବ୍ୟବହାର ପାଇଁ ଅନୁମତି ମିଳିବ ଏବଂ ରାସ୍ତା ଉପରେ ତୋରଣ ନିର୍ମାଣ ଲାଗି ମନା କରାଯାଇଥିବା ବେଳେ ଇଲେକ୍ଟ୍ରିକ ଗେଟ ନିର୍ମାଣକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।

    ତେବେ ପୂଜା ଲାଗି ଗେଟ୍ ନିର୍ମାଣ ପାଇଁ ନିର୍ଦ୍ଧିଷ୍ଟ ସର୍ତ୍ତ ରହିବ । ଯାହା ଉପରେ ତୁରନ୍ତ ନିଷ୍ପତ୍ତି ନେଇ, ଆସନ୍ତା ରବିବାର ହେବାକୁ ଥିବା ଦଶହରା ପ୍ରସ୍ତୁତି ବୈଠକରେ କଟକ ଜିଲ୍ଲାପାଳ ଏନେଇ ସମସ୍ତ ପୂଜା କମିଟି ମାନଙ୍କୁ ଅବଗତ କରାଇବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଗଣେଶ ପୂଜା ଠାରୁ ବାଲିଯାତ୍ରା ଶେଷ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ । ଏହା ବାଦ୍ ପ୍ରତ୍ୟେକ ପୂଜା ମଣ୍ଡପ ଅନୁମତି ପତ୍ର ନେବା ଆଗରୁ ମଣ୍ଡପର ଅଗ୍ନି ନିରାପତ୍ତା, ବିଦ୍ୟୁତ ନିରାପତ୍ତା ଏବଂ ହାଇକୋର୍ଟଙ୍କ ଦ୍ୱାରା ଜାରି ହୋଇଥିବା କଟକଣା ସଠିକ୍ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ, ତାର ତଦାରଖ କରିବା ଲାଗି କଟକ ଡିସିପିଙ୍କୁ ନିର୍ଦ୍ଦେଶ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ