Wednesday, October 15, 2025
23.4 C
Odisha

    ପୁଣି ଅଦିନିଆ ରଥଯାତ୍ରା ପାଳନ କଲା ଇସ୍କନ, ଉତ୍ତରାଖଣ୍ଡ ରିଷିକେଷ ମଧୁବନ ଆଶ୍ରମରେ ପାଳନ ହେଲା

    ଆଗକୁ ପଢନ୍ତୁ

    ପୁଣି ଇସ୍କନର ଅଦିନିଆ ରଥଯାତ୍ରା । ଉତ୍ତରାଖଣ୍ଡ ମଧୁବନ ଆଶ୍ରମ, ରିଷିକେଷ ଦ୍ବାରା ଆୟୋଜିତ ୨୮ ତମ ଶ୍ରୀଜଗନ୍ନାଥ ରଥଯାତ୍ରା ସମ୍ପନ୍ନ କରିଛି ଇସ୍କନ । ଅକ୍ଟୋବର ୭ ତାରିଖ ମଙ୍ଗଳବାର ଦିନ ଏଭଳି ଅଦିନିଆ ରଥଯାତ୍ରା ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି । ଗତ ୭ ତାରିଖ ସକାଳେ ମଧୁବନ ଆଶ୍ରମ ଠାରୁ ବାହାରି ତ୍ରିବେଣୀ ଘାଟ ଚୌକ ଦେଇ ଗୁରୁଦ୍ୱରା ଶ୍ରୀ ଗୁରୁ ସିଂ ସଭା ରେଲୱ ରୋଡ୍ ରେ ଏହି ଅଦିନିଆ ରଥଯାତ୍ରା ଶେଷ ହୋଇଛି । ବିଧି ପରମ୍ପରା ଭାଙ୍ଗି ଇସ୍କନ ବାରମ୍ବାର ଅଦିନିଆ ରଥଯାତ୍ରା କରୁଛି । ଚଳିତମାସରେ ମଧୁବନ ଆଶ୍ରମ ରିଷିକେଷ ଦ୍ବାରା ୨୮ତମ ଶ୍ରୀଜଗନ୍ନାଥ ରଥଯାତ୍ରାରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ଚାରିଚକିଆ ଗାଡ଼ିରେ ନିଆଯାଉଥିବା ଦେଖିବାକୁ ମିଳିଛି ।

    ଅନ୍ୟପଟେ ଇସ୍କନର ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ପ୍ରସଙ୍ଗରେ ଗତମାସ ଅର୍ଥାତ ସେପ୍ଟେମ୍ବର୬ରେ ଗଜପତିଙ୍କ ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୀତି ବିରୋଧୀ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ୧୦୦ ପୃଷ୍ଠାର ଏକ ପୂର୍ଣ୍ଣାଙ୍ଗ ଉତ୍ତର ଇସ୍କନକୁ ପ୍ରଦାନ କରାଯାଇଥିଲା । ନୀତି ଓ ପରମ୍ପରାକୁ ନମାନିଲେ ଆଇନର ଆଶ୍ରୟ ନିଆଯିବ ବୋଲି ଗଜପତିଙ୍କ ଦ୍ଵାରା ଇସ୍କନକୁ ଚିଠି ଲେଖାଯାଇଥିଲା । ମାତ୍ର ଏକମାସ ପରେ ଇସ୍କନ ପୁଣି ମନମାନି ଜାରି ରଖି ୭ ତାରିଖରେ ଅଦିନିଆ ରଥଯାତ୍ରା ଆୟୋଜନ କରିଥିଲା । ତେଣୁ ଶ୍ରୀଜଗନ୍ନାଥ ସଂସ୍କୃତି ପରମ୍ପରାକୁ ଅପମାନ ହୋଇଥିବା ବେଳେ ଏଥର ଇସ୍କନର ଅଦିନିଆ ରଥଯାତ୍ରା ପାଇଁ ଆଇନର ଆଶ୍ରୟ ନେବାକୁ ଶ୍ରୀମନ୍ଦିର ପ୍ରଶାସନକୁ ବିଭିନ୍ନ ମହଲରୁ ଅନୁରୋଧ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.4 ° C
    23.4 °
    23.4 °
    82 %
    0.4kmh
    7 %
    Wed
    24 °
    Thu
    29 °
    Fri
    29 °
    Sat
    28 °
    Sun
    29 °

    ସମ୍ବନ୍ଧିତ