Friday, May 9, 2025
37.2 C
Odisha

    ପୁଣି ତାତି ଭାଙ୍ଗିବ ସବୁ ରେକର୍ଡ ! ଆଗକୁ ୪୫ ଡିଗ୍ରୀ ଛୁଇଁପାରେ ପାରଦ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପୁଣି ରାଜ୍ୟକୁ ଫେରୁଛି ଭୀଷଣ ତାତି । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଥିବା କାରଣରୁ ଲୋକମାନଙ୍କୁ ତାତିରୁ ମୁକ୍ତି ମିଳିଥିଲା,ହେଲେ ଏବେ ପୁଣିଥରେ ରାଜ୍ୟକୁ ଫେରୁଛି ତାତି । ଆସନ୍ତା‌ ସପ୍ତାହକ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଜିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଅସମ୍ଭାଳ ଗରମ ସହିତ ଗୁଳୁଗୁଳି ସ୍ଥିତି ରହିବାର ସମ୍ଭାବନା ରହିଛି।

    ୧୦ ଓ ୧୧ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଏବଂ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ରହିବ । ୧୨ରୁ ୧୪ ତାରିଖ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିଛି । ଆଗକୁ ପାରଦ ୪୫ ଡିଗ୍ରୀ ଛୁଇଁପାରେ । ୪୦ ଡିଗ୍ରି ପାର କରି ବୁଧବାର ସମ୍ବଲପୁର ସବୁଠାରୁ ଉତ୍ତପ୍ତ ସହର ଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    37.2 ° C
    37.2 °
    37.2 °
    20 %
    1.2kmh
    71 %
    Fri
    36 °
    Sat
    40 °
    Sun
    44 °
    Mon
    41 °
    Tue
    42 °

    ସମ୍ବନ୍ଧିତ