Thursday, April 2, 2026
37.1 C
Odisha

    ପୁଣି ଥରେ ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ବିଜେପି ସାଂସଦ ଓମ୍‌ ବିର୍ଲା ପୁଣି ଥରେ ଲୋକସଭା ବାଚସ୍ପତି ହୋଇଛନ୍ତି। ବିରୋଧୀ ଇଣ୍ଡିଆ ମେଣ୍ଟର ବାଚସ୍ପତି ପ୍ରାର୍ଥୀ କେ. ସୁରେଶଙ୍କୁ ବାଚନିକ ଭୋଟରେ ହରାଇ ୧୮ତମ ଲୋକସଭାର ବାଚସ୍ପତି ହୋଇଛନ୍ତି ଓମ୍‌ ବିର୍ଲା। ଆଜି ଗୃହକାର୍ଯ୍ୟ ଆରମ୍ଭରୁ ଏନଡିଏର ବାଚସ୍ପତି ପ୍ରାର୍ଥୀ ଭାବେ ଓମ୍ ବିର୍ଲାଙ୍କ ନାଁ ପ୍ରସ୍ତାବ ରଖିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ଯାହାକୁ ଏନଡିଏରେ ଥିବା ସହଯୋଗୀ ଦଳ ସମର୍ଥନ କରିଥିଲେ । ସେହିଭଳି ଇଣ୍ଡିଆ ମେଣ୍ଟ ପକ୍ଷରୁ କେ ସୁରେଶଙ୍କ ନାଁ ବାଚସ୍ପତି ପ୍ରାର୍ଥୀ ଭାବେ ପ୍ରସ୍ତାବ ରଖାଯାଇଥିଲା । ଯାହାକୁ ଇଣ୍ଡିଆ ମେଣ୍ଟରେ ଥିବା ଦଳ ଗୁଡିକ ସମର୍ଥନ ଜଣାଇଥିଲେ । ତେଣୁ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଧ୍ୱନିମତ ସଂଗ୍ରହ କରିଥିଲେ । ଯେଉଁଥିରେ ଓମ୍ ବିର୍ଲା ବିଜୟୀ ହୋଇଥିବା ନେଇ ଗୃହରେ ଘୋଷଣା କରିଥିଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    23 %
    0.8kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ