Wednesday, October 7, 2026
30.3 C
Odisha

    ପୁଣି ପାରଦ ତଳ ମୁହାଁ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଉତ୍ତର, ଦକ୍ଷିଣ, ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ପାରଦ ତଳ ମୁଁହା ହୋଇଛି। ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଛି। ଫଳସ୍ବରୂପ ଉତ୍ତର, ଦକ୍ଷିଣ, ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ପଡୁଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ଶୀତ କମିଛି। କନ୍ଧମାଳ ଜିଲାର ଘୁ.ଉଦୟଗିରିରେ ପାରଦ ୫.୬ ଡିଗ୍ରୀକୁ ହ୍ରାସ ପାଇଥିବା ବେଳେ ସେମିଳିଗୁଡ଼ାରେ ୯.୬, ଝାରସୁଗୁଡ଼ାରେ ୮.୮, ରାଉରକେଲାରେ ୭.୬, କିରେଇରେ ୯.୭, ଭୁବନେଶ୍ବରରେ ୧୭.୭ ଏବଂ କଟକରେ ୧୬.୪ଡିଗ୍ରୀ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ରବିବାର ସକାଳେ ଗଞ୍ଜାମ, ଜଗତସିଂହପୁର, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ କୁହୁଡ଼ି ଦୃଶ୍ୟମାନ ହୋଇପାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.3 ° C
    30.3 °
    30.3 °
    57 %
    0.7kmh
    0 %
    Wed
    31 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ