ବିଜେଡିର ପୁଣି ବଡ଼ ଆକ୍ସନ । ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହେଲେ ମୁକ୍ତିକାନ୍ତ ମଣ୍ତଳ ଓ ମଞ୍ଜୁଲତା ମଣ୍ତଳ । ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଏବଂ ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ନିଲମ୍ବିତ ହୋଇଛନ୍ତି । ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡିରୁ ସସ୍ପେଣ୍ଡ୍ କରାଯାଇଥିବା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି ।
