Saturday, October 10, 2026
24.4 C
Odisha

    ପୁରୀରେ ଶ୍ରୀଜଗନ୍ନାଥ ସଂଗ୍ରହାଳୟ ନିର୍ମାଣ ନେଇ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଶ୍ରୀଜଗନ୍ନାଥ ଧାମର ସମୃଦ୍ଧ ଇତିହାସ ଓ ପରମ୍ପରା ସମ୍ପର୍କରେ ପୁରୀକୁ ଆସୁଥିବା ଭକ୍ତଗଣଙ୍କୁ ଜଣାଇବା, ପୁରୀକୁ ଏକ ଉତ୍ତମ ପର୍ଯ୍ୟଟନସ୍ଥଳୀ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ଏକ ବିଶ୍ବସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରଶାସନିକ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଲୋକସେବା ଭବନରେ ଅନୁଷ୍ଠିତ ଗତକାଲି ଏକ ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସମ୍ପୃକ୍ତ ବିଭାଗୀୟ ସଚିବଙ୍କ ସହିତ ଆଲୋଚନା କରିଛନ୍ତି। ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଓ ଗବେଷଣା କେନ୍ଦ୍ର ଗୋଟିଏ ପରିସରରେ ନିର୍ମିତ ହେବାକୁ ଥିବାବେଳେ ଏଥିପାଇଁ ସ୍ଥାନ ନିରୂପଣ ଓ ଆନୁଷଙ୍ଗିକ ପ୍ରସ୍ତୁତି ନିମନ୍ତେ ଏକ କମିଟି ଗଠନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ଏହି ବ୍ୟବସ୍ଥା କରାଯିବା ଆମ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଏବଂ ଏକ ସୁଯୋଗ ପ୍ରଦାନ କରିଛି। ଏହାର ନିର୍ମାଣ କିପରି ଗୁଣାତ୍ମକ ଓ ଆକର୍ଷଣୀୟ ହେବ, ସେଥିପ୍ରତି ମୁଖ୍ୟ ଶାସନ ସଚିବ ଗୁରୁତ୍ବ ଦେଇଛନ୍ତି। ବୈଠକରେ ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ପ୍ରମୁଖ ଉପସ୍ଥିତ ଥିଲେ।
    ଖୁବଶୀଘ୍ର ପରବର୍ତ୍ତୀ ବୈଠକ ଡକାଯାଇ ଆଲୋଚନା ପୂର୍ବକ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ, ପୁରୀ ଜିଲାପାଳ ଏବଂ ପୁରୀ-କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷଙ୍କ ସମେତ ସମ୍ପୃକ୍ତ ସମସ୍ତଙ୍କ ସହଯୋଗରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ନେଇ ବୈଠକରେ ଆଲୋଚନା କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ