Wednesday, December 31, 2025
26.9 C
Odisha

    ପୁରୀ : ଆଜି ଓ ୧ତାରିଖ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ଆଡଭାଇଜରୀ ଜାରି

    ଆଗକୁ ପଢନ୍ତୁ

    ପୁରୀ : ଆଜି ୨୦୨୫ର ଶେଷ ଦିନ । ଆସୁଛି ଇଂରାଜୀ ନୂଆବର୍ଷ ୨୦୨୬ । ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ । ସଂପୂର୍ଣ୍ଣ ସିସିଟିଭି ବଳୟରେ ଶ୍ରୀକ୍ଷେତ୍ର ।  ୭୦ ପ୍ଲାଟୁନ ଫୋର୍ସ ନିୟୋଜିତ ।  ଶ୍ରୀମନ୍ଦିର ବାହାରେ,ଭିତରେ,ଭିଡ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ବେଳାଭୂମିରେ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ୭୦ ପ୍ଲାଟୁନ ଫୋର୍ସ, ୩୩ DSP ଏବଂ ୬୨ ଜଣ ଇନ୍ସପେକ୍ଟରଙ୍କୁ ନିୟୋଜିତ କରାଯାଇଛି। ଆଜି ଓ ୧ତାରିଖ ପାଇଁ ଭିଡ଼କୁ ଆଖିରେ ରଖି ପୁରୀ ପୋଲିସ୍ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍ ଆଡଭାଇଜରୀ ଜାରି । ଆସନ୍ତାକାଲି ପର୍ଯ୍ୟନ୍ତ ମାର୍କେଟ ଛକଠାରୁ NO VEHICLE ZONE ହେବ। ବଡ଼ଦାଣ୍ଡରେ ଲମ୍ବା ବ୍ୟାରିକେଡ୍ କରାଯାଇଛି ଯେପରି ଭକ୍ତମାନେ ଶୃଙ୍ଖଳିତ ଭାବେ ସିଂହଦ୍ୱାର ଦେଇ ପ୍ରବେଶ କରିପାରିବେ ।

    ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ମନ୍ଦିରରେ ପ୍ରବେଶ କରିବେ ଓ ଅନ୍ୟ ତିନୋଟି ଦ୍ୱାର ଦେଇ ପ୍ରସ୍ଥାନ କରିବେ । ବରିଷ୍ଠ ନାଗରିକ ଏବଂ ଭିନ୍ନକ୍ଷମଙ୍କ ପାଇଁ ସ୍ୱତନ୍ତ୍ର ଧାଡ଼ି ଓ ସୁବିଧାର ବ୍ୟବସ୍ଥା କରାଯାଇଛି । ପୁରୀ ଭିଡ଼ ପାଇଁ ୨୦ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ ଦିଆଯାଇଛି । ପ୍ରବଳ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି । ଜନସାଧାରଣଙ୍କ ସୁରକ୍ଷା ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ୨୦ ଜଣ ଅଧିକାରୀଙ୍କୁ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଛି । ଏମାନଙ୍କ ମଧ୍ୟରେ ଅଧିକାଂଶ ତହସିଲଦାର ଓ ଅତିରିକ୍ତ ତହସିଲଦାର ଅଛନ୍ତି । ବେଆଇନ ଜନସମାଗମ, ମଦ୍ୟପାନ, ବାଣ ଫୁଟାଇବା ଏବଂ ଜୋରରେ ମ୍ୟୁଜିକ୍ ବଜାଇବା ଉପରେ ରୋକ ଲଗାଇବା ସହ ଶାନ୍ତି ଭଙ୍ଗ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    26.9 ° C
    26.9 °
    26.9 °
    19 %
    1.8kmh
    13 %
    Wed
    28 °
    Thu
    29 °
    Fri
    28 °
    Sat
    28 °
    Sun
    28 °

    ସମ୍ବନ୍ଧିତ