ପୁରୀ : ପୁରୀ ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ଆସନ୍ତା ଫେବ୍ରୁଆରୀ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ପିଣ୍ଡଦାନ ପାଇଁ ଶ୍ବେତଗଙ୍ଗା ପୁଷ୍କରିଣୀ ଯିବା କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଶ୍ବେତଗଙ୍ଗା ପୁଷ୍କରିଣୀ ଯାଇ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଓ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ । ସେପଟେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଥିବା କହିଛନ୍ତି ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା ରାଜରତନ ମହାପାତ୍ର । ପୁରୀ କାର୍ଯ୍ୟକ୍ରମ ପରେ ୪ ତାରିଖ ଦିନ ମୟୂରଭଞ୍ଜ ଯିବେ ରାଷ୍ଟ୍ରପତି ।

