Saturday, October 31, 2026
26 C
Odisha

    ପୁରୀ ବଡ଼ଶଙ୍ଖରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଦୁଇଜଣ ବ୍ୟକ୍ତିଙ୍କୁ ଗୋଡ଼େଇ ଗୋଡ଼େଇ ଆକ୍ରମଣ କଲେ ଦୁର୍ବୃତ୍ତ

    ଆଗକୁ ପଢନ୍ତୁ

    ପୁରୀ :  ପୁରୀ ବଡ଼ଶଙ୍ଖରେ ଦୁର୍ବୃତ୍ତଙ୍କ ଆତଙ୍କରାଜ । ଦୁଇଜଣ ବ୍ୟକ୍ତିଙ୍କୁ ଗୋଡ଼େଇ ଗୋଡ଼େଇ ଆକ୍ରମଣ କଲେ ଦୁର୍ବୃତ୍ତ । ବିଚ୍ ବଜାରରେ ଦୁଇଜଣ ବ୍ୟକ୍ତିଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରି ଲହୁଲୁହାଣ କରିଛନ୍ତି । ଗୁରୁତର ଅବସ୍ଥାରେ ଉଭୟଙ୍କୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଦୁଇ ବ୍ୟକ୍ତି ହେଉଛନ୍ତି ପୁରୀ ଦରଜୀ ପୋଖରୀ ଅଞ୍ଚଳର ଗିଲଟି କାଳୁ ଓରଫ ସୁବାସ ଚନ୍ଦ୍ର ମହାନ୍ତି ଏବଂ ନାରାୟଣ ମହାନ୍ତି । ସୁବାସଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଥିବା ବେଳେ ନାରାୟଣଙ୍କ ହାତରେ ଗଭୀର ଆଘାତ ଲାଗିଛି । ଚିକିତ୍ସା ପାଇଁ ଉଭୟଙ୍କୁ ଗୁରୁତର ଅବସ୍ଥାରେ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବରପାଇ କୁମ୍ଭାରପଡ଼ା ଥାନା ପୋଲିସ ହସ୍ପିଟାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

    ତେବେ ଚାରିଜଣ ଦୁର୍ବୁତ୍ତ ହାତରେ ମାରଣାସ୍ତ୍ର ଧରି ଗାଳିଗୁଲଜ କରିବା ସହ ମାରଣାସ୍ତ୍ରରେ ଆକ୍ରମଣ କରି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି । ଗୁରୁତର ଗିଲଟି କାଳୁ ଓରଫ ସୁବାସ ମହାନ୍ତି ନାଁରେ ଅନେକ ଅପରାଧିକ ମାମଲା ରହିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ଘଟଣା ଘଟିଥିବା ଜଣାପଡିଛି । ଗୁରୁତର ଅବସ୍ଥାରେ ଗିଲଟି କାଳୁକୁ ଡାକ୍ତର କଟକ ସ୍ଥାନାନ୍ତର କରିଛନ୍ତି । ତେବେ ଘଟଣାସ୍ଥଳରେ ମାରଣାସ୍ତ୍ର ସହ ସ୍କୁଟି ପଡିଥିବା ଦେଖିବାକୁ ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26 ° C
    26 °
    26 °
    89 %
    0.4kmh
    46 %
    Sat
    24 °
    Sun
    28 °
    Mon
    29 °
    Tue
    29 °
    Wed
    28 °

    ସମ୍ବନ୍ଧିତ