Friday, September 11, 2026
27.3 C
Odisha

    ପୁରୀ ସମୁଦ୍ରରେ ଅଘଟଣ, ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟ ନେଇଗଲା ମା’ ପୁଅଙ୍କ ଜୀବନ

    ଆଗକୁ ପଢନ୍ତୁ

    ପୁରୀ : ପୁଣି ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ସ୍ନାନ କରୁଥିବା ବେଳେ ରିପ୍ କରେଣ୍ଟ ନେଇଗଲା ମା’ ପୁଅଙ୍କ ଜୀବନ । ମୃତ ମା’ ପୁଅ ହେଉଛନ୍ତି ଝାଡ଼ଖଣ୍ଡ ରାଞ୍ଚି ଅଞ୍ଚଳର କୁସୁମ ଓ ଅଙ୍କିତ ଗୁପ୍ତା । ମା’ ପୁଅଙ୍କ ମୃତ୍ୟୁକୁ ନେଇ ପୁରୀ ହସ୍ପିଟାଲରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ତେବେ ଆଜି ସକାଳେ କୁସୁମ ଓ ଅଙ୍କିତ ପରିବାର ଲୋକଙ୍କ ସହ ପୁରୀ ଚକ୍ରତୀର୍ଥ ରୋଡ ପିଙ୍କ ହାଉସ ନିକଟ ବେଳାଭୂମିରେ ସମୁଦ୍ର ସ୍ନାନର ମଜା ନେଉଥିଲେ ।

    ଏକ ବଡ଼ ଲହଡ଼ି ସାଙ୍ଗକୁ ରିପ କରେଣ୍ଟରେ ପଡ଼ି କୁସୁମ ସମୁଦ୍ର ଭିତରକୁ ଚାଲି ଯାଇଥିଲେ । ମା’ ଙ୍କୁ ବଞ୍ଚାଇବାକୁ ଯାଇ ପୁଅ ଅଙ୍କିତ ସମୁଦ୍ର ଭିତରକୁ ଯିବାରୁ ସେ ମଧ୍ୟ ରିପ୍ କରେଣ୍ଟରେ ପଡ଼ି ଗଭୀର ସମୁଦ୍ର ଭିତରକୁ ଚାଲି ଯାଇଥିଲେ। ପରିବାରର ଅନ୍ୟ ସଦସ୍ୟମାନେ ଚିତ୍କାର କରିବାରୁ ସେଠାରେ ଉପସ୍ଥିତ ଥିବା ପ୍ରାଇଭେଟ୍ ଲାଇଫ ଗାର୍ଡ ଓ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯାଇ ଦୁଇଜଣ ମା’ ପୁଅଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଇଥିଲେ । କିନ୍ତୁ ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଚକ୍ରତୀର୍ଥ ବେଳାଭୂମି ପଟେ ଲାଇଫ ଗାର୍ଡ ମୁତୟନ ହୋଇ ନଥିବାରୁ ପ୍ରତି ସମୟରେ ଏଭଳି ଅଘଟଣ ଘଟୁଛି । ତୁରନ୍ତ ଜିଲ୍ଲା ପ୍ରଶାସନ ଏ ଦିଗରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ସାଧାରଣରେ ଦାବି ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.3 ° C
    27.3 °
    27.3 °
    81 %
    1.6kmh
    97 %
    Fri
    27 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ