Saturday, October 10, 2026
29.2 C
Odisha

    ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅସୁସ୍ଥ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଆଜି ବିଗିଡ଼ିଯିବା ପରେ ତାଙ୍କୁ ଏମ୍ସର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଇଛି। ଘନିଷ୍ଠ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ସେ ବର୍ତ୍ତମାନ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ବରିଷ୍ଠ ଡାକ୍ତରମାନଙ୍କ ଏକ ଦଳ ତାଙ୍କର ଚିକିତ୍ସା କରୁଛନ୍ତି ।ଏହା ପୂର୍ବରୁ ମଧ୍ୟ ଡଃ ସିଂଙ୍କୁ ବିଭିନ୍ନ ପ୍ରକାରର ଅସୁସ୍ଥତା କାରଣରୁ ଡାକ୍ତରଖାନାର ଭର୍ତ୍ତି କରାଯାଇଥିଲା। ପ୍ରଧାନମନ୍ତ୍ରୀ ଥିବା ସମୟରେ ୨୦୦୯ରେ ତାଙ୍କର ଅସ୍ତ୍ରୋପଚାର ବି କରାଯାଇଥିଲା। ଓଡ଼ିଆ ଡାକ୍ତର ତଥା ମୁମ୍ବାଇସ୍ଥିତ ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟର ପ୍ରତିଷ୍ଠାତା ଡ.ରମାକାନ୍ତ ପଣ୍ଡା ତାଙ୍କର ଅସ୍ତ୍ରୋପଚାର କରିଥିଲେ।୯୨ ବର୍ଷୀୟ ମନମୋହନ ସିଂହ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଥିଲେ। ଏହା ପୂର୍ବରୁ ସେ ଭାରତର ଅର୍ଥମନ୍ତ୍ରୀ ଓ ଅର୍ଥ ସଚିବ ମଧ୍ୟ ରହିସାରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    60 %
    1.7kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ