Saturday, February 21, 2026
34.5 C
Odisha

    ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ । ୬୦ ବର୍ଷରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ମୃତ ଘୋଷଣା କଲେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ । ମୃତ ଅବସ୍ଥାରେ ହସ୍ପିଟାଲ୍‌କୁ ଅଣା ଯାଇଥିଲା ବୋଲି କହିଛନ୍ତି କର୍ତ୍ତୃପକ୍ଷ । ନିୟମ ଅନୁସାରେ ପୋଷ୍ଟମର୍ଟମ କରାଯିବ ବୋଲି ସୂଚନା ଦେଇଛନ୍ତି । ବିଜୟ ମହାନ୍ତିଙ୍କ ଶେଷ ଦର୍ଶନ କରିବାକୁ ଗେଷ୍ଟ ହାଉସରେ ପହଞ୍ଚିଛନ୍ତି ବିଜେଡି ଏବଂ ବିଜେପି ବିଧାୟକ । ଅନେକଙ୍କ ପାଖରେ ସେ ବାଦଲ ମହାନ୍ତି ଭାବେ ମଧ୍ୟ ପରିଚିତ ଥିଲେ ।

    ବିଜୟ କୁମାର ମହାନ୍ତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ବିଧାନ ସଭାରେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ସେଣ୍ଟ୍ରାଲ (ମଧ୍ୟ) ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓ ୧୫ଶ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.5 ° C
    34.5 °
    34.5 °
    15 %
    2.3kmh
    0 %
    Sat
    35 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ