Thursday, October 15, 2026
23.8 C
Odisha

    ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଗତକାଲି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ସତ୍ୟଭୂଷଣ ସାହୁ ୧୯୮୦, ୧୯୮୫ ଓ ୨୦୦୪ ମସିହାରେ ପଦ୍ମପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇ ତିନିଥର ଓଡ଼ିଶା ବିଧାନ ସଭାକୁ ପ୍ରତିନିଧିତ୍ୱ କରିଥିଲେ । ୨୦୦୪ରୁ ୨୦୦୬ ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନସଭାରେ କଂଗ୍ରେସ ବିଧାୟକ ଦଳର ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ତୁଲାଇଥିଲେ । ତାଙ୍କ ଦୀର୍ଘ ରାଜନୈତିକ ଜୀବନରେ ସେ ପଦ୍ମପୁର ଅଞ୍ଚଳର ବିଭିନ୍ନ ଜନସମସ୍ୟା ଓ ବିକାଶମୂଳକ ପ୍ରସଙ୍ଗକୁ ନେଇ ସକ୍ରିୟ ଭୂମିକା ନେଇଥିଲେ । ତାଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ପଦ୍ମପୁର ଅଞ୍ଚଳର ରାଜନୈତିକ, ସାମାଜିକ ଓ କଂଗ୍ରେସ ମହଲରେ ଶୋକର ଛାୟା ଖେଳିଯାଇଛି ।

    ସେହିପରି ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ଶୋକ ପ୍ରକାଶ କରିଛନ୍ତି । ବାଚସ୍ପତି ସୁରମା ପାଢ଼ୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ବାଚସ୍ପତି କହିଛନ୍ତି ଯେ, ସ୍ବର୍ଗତ ସାହୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ପ୍ରମାଣ ଅଟେ । ପଦ୍ମପୁର ଅଂଚଳର ସର୍ବାଙ୍ଗୀନ ଉନ୍ନତି କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ । ଏଥି ସହ ବିଧାନସଭାରେ ମୁଖ୍ୟ ସଚେତକ ଭାବେ ସେ ଉଲ୍ଲେଖନୀୟ କାର୍ଯ୍ୟ କରିଯାଇଛନ୍ତି । ଏହି ଅବସରରେ ସ୍ବର୍ଗତ ସାହୁଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ସଦ୍ଗତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.8 ° C
    23.8 °
    23.8 °
    90 %
    1kmh
    99 %
    Thu
    29 °
    Fri
    29 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ