Saturday, March 21, 2026
27.7 C
Odisha

    ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଘରେ ମଦ୍ୟପ ଯୁବକଙ୍କ ହଙ୍ଗାମା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହ ମାଡ଼ ମାରିଥିଲେ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଘରେ ଯୁବକଙ୍କ ହଙ୍ଗାମା । ଭୁବନେଶ୍ବରରେ ପ୍ରତାପ ଜେନାଙ୍କ ପରିବାର ରହୁଥିବା ଘରକୁ ଗତ ରାତିରେ ୧୫ରୁ ୨୦ ଜଣ ମଦ୍ୟପ ଗୁଣ୍ଡା ଜବରଦସ୍ତ ପଶି ଥିବା ଅଭିଯୋଗ ହୋଇଛି । ଯୁବକମାନେ ସୁରକ୍ଷାକର୍ମୀଙ୍କ ମୁଣ୍ଡରେ ବନ୍ଧୁକ ରଖି ଧମକ ଦେଇଥିଲେ । ଘର କର୍ମଚାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେବା ସହ ମାଡ଼ ମାରିଥିଲେ । ଏହା କେବଳ ଆକ୍ରମଣ ନୁହେଁ । ଏହା ସଶସ୍ତ୍ର ଆତଙ୍କ । ଯେଉଁ ବିଜେଡି ବିଧାୟକ ଲୋକଙ୍କ ବିଶ୍ବାସ ଓ ନିଜ ଦଳକୁ ଟଙ୍କା ପାଇଁ ବିକ୍ରି କଲେ ସେ ବ୍ୟକ୍ତି ଏବେ ସଶସ୍ତ୍ର ଗୁଣ୍ଡା ପଠାଇ ସତ୍ୟର ସ୍ବରକୁ ଦବାଇବାକୁ ଚାହୁଁଛନ୍ତି ।

    ଏ ଉଭୟ ଅପକର୍ମକୁ ଇତିହାସ କ୍ଷମା କରିବ ନାହିଁ ବୋଲି କହିଛନ୍ତି ପ୍ରତାପ ଜେନା । ତୁରନ୍ତ ଦୋଷୀଙ୍କୁ ଗିରଫ କରିବା ପାଇଁ ଦାବି କରିଛନ୍ତି । ରାଜଧାନୀ ସହରରେ ଖୋଲାଖୋଲି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି ହୋଇଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ପୋଲିସ ଡିଜି ୱାଇ ବି ଖୁରାନିଆ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ସେ କହିଛନ୍ତି । ଏହି ଘଟଣା ପରେ ପ୍ରତାପଙ୍କ ଘରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି । ବ୍ୟାପକ ପୋଲିସ ମୁତୟନ କରାଯାଇଛି ।

    ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଘରେ ଯୁବକଙ୍କ ହଙ୍ଗାମା ପରେ ବଢ଼ିଲା ସୁରକ୍ଷା । ଭୁବନେଶ୍ବର ୟୁନିଟ-୬ ସ୍ଥିତ ତାଙ୍କ ବାସଭବନରେ ପୋଲିସ ସୁରକ୍ଷା ବଢ଼ାଇ ଦିଆଯାଇଛି । ସାଇଣ୍ଟଫିକ ଟିମ ପହଞ୍ଚି ଅନୁଧ୍ୟାନ କରିଛନ୍ତି । ଭୁବନେଶ୍ବରରେ ପ୍ରତାପ ଜେନାଙ୍କ ପରିବାର ରହୁଥିବା ଘରକୁ ଗତ ରାତିରେ ୧୫ରୁ ୨୦ ଜଣ ମଦ୍ୟପ ଗୁଣ୍ଡା ଜବରଦସ୍ତ ପଶି ଥିବା ଅଭିଯୋଗ ହୋଇଛି । ଯୁବକମାନେ ସୁରକ୍ଷାକର୍ମୀଙ୍କ ମୁଣ୍ଡରେ ବନ୍ଧୁକ ରଖି ଧମକ ଦେଇଥିଲେ । ଘର କର୍ମଚାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳି ଦେବା ସହ ମାଡ଼ ମାରିଥିଲେ ।

    ଏହା କେବଳ ଆକ୍ରମଣ ନୁହେଁ । ଏହା ସଶସ୍ତ୍ର ଆତଙ୍କ । ବିଜେପିର କିଛି କର୍ମକର୍ତ୍ତା ଏବଂ କିଛି ଦୁର୍ବୃତ୍ତ ଏଭଳି କାଣ୍ଡ ଘଟାଇଛନ୍ତି । ଯେଉଁ ବିଜେଡି ବିଧାୟକ ଲୋକଙ୍କ ବିଶ୍ବାସ ଓ ନିଜ ଦଳକୁ ଟଙ୍କା ପାଇଁ ବିକ୍ରି କଲେ ସେ ବ୍ୟକ୍ତି ଏବେ ସଶସ୍ତ୍ର ଗୁଣ୍ଡା ପଠାଇ ସତ୍ୟର ସ୍ବରକୁ ଦବାଇବାକୁ ଚାହୁଁଛନ୍ତି । ଏ ଉଭୟ ଅପକର୍ମକୁ ଇତିହାସ କ୍ଷମା କରିବ ନାହିଁ ବୋଲି କହିଛନ୍ତି ପ୍ରତାପ ଜେନା । ଏନେଇ ଥାନାରେ ଏତଲା ଦିଆଯାଇଛି । ତୁରନ୍ତ ଦୋଷୀଙ୍କୁ ଗିରଫ କରିବା ପାଇଁ ସେ ଦାବି କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    27.7 ° C
    27.7 °
    27.7 °
    35 %
    0.9kmh
    21 %
    Sat
    28 °
    Sun
    33 °
    Mon
    35 °
    Tue
    38 °
    Wed
    38 °

    ସମ୍ବନ୍ଧିତ