Monday, October 5, 2026
21.7 C
Odisha

    ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାୟକଙ୍କର ପରଲୋକ ହୋଇଛି। ଭୁବନେଶ୍ବର ବାସଭବନରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା। ସେ କାକଟପୁର ନିର୍ବାଚନ ମଣ୍ଡଳୀରୁ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।  ସୁରେନ୍ଦ୍ର ନାୟକ କୃଷି ଓ ଶିକ୍ଷା ଭଳି ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ମଧ୍ୟ ଥିଲେ। ୧୯୭୭ ମସିହାରେ ଶ୍ରୀ ନାୟକ ଥିଲେ ବିଧାନସଭାର ଉପବାଚସ୍ପତି।ଉଲ୍ଲେଖଯୋଗ୍ୟ, ମସ୍ତିଷ୍କାଘାତରେ ଆକ୍ରାନ୍ତ ହୋଇ ୨୦୧୯ ମସିହାରୁ ଶ୍ରୀ ନାୟକ ଅସୁସ୍ଥ ଥିଲେ। କିନ୍ତୁ ନିୟମିତ ଗୀତା ଓ ଗାନ୍ଧୀ ସାହିତ୍ୟ ପଢ଼ୁଥିଲେ। ଗଣମାଧ୍ୟମରୁ ରାଜ୍ୟ ତଥା ଦେଶର ଖବର ରଖୁଥିଲେ। ଅସୁସ୍ଥତା ସତ୍ତ୍ୱେ ନିଜର ପୂର୍ବ ନିର୍ବାଚନମଣ୍ଡଳୀ କାକଟପୁର, ଅସ୍ତରଙ୍ଗ ସମେତ ଅନ୍ୟ ଅଞ୍ଚଳର ବନ୍ଧୁମାନଙ୍କ ସହିତ ସେ ସଂପର୍କରେ ରହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.7 ° C
    21.7 °
    21.7 °
    75 %
    1.2kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    29 °
    Fri
    31 °

    ସମ୍ବନ୍ଧିତ