Friday, October 2, 2026
22.2 C
Odisha

    ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ: ହାଇଦ୍ରାବାଦ୍‌କୁ ସ୍ଥାନାନ୍ତରିତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ ଥିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍‌ପିଟାଲରୁ ହାଇଦ୍ରାବାଦ୍‌ ସ୍ଥାନାନ୍ତରିତ କରାଯାଇଛି। ଶ୍ରୀ ହରିଚନ୍ଦନଙ୍କୁ ଏୟାରଲିଫ୍‌ଟ କରାଯାଇଛି। ହାଇଦ୍ରାବାଦ୍‌ରେ ପହଞ୍ଚିଲା ପରେ ତାଙ୍କୁ ସେଠାରେ ଥିବା ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯିବ। ଶ୍ରୀ ହରିଚନ୍ଦନଙ୍କ ଅସୁସ୍ଥତା ନେଇ ତାଙ୍କର ପୁଅ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଶ୍ରୀ ହରିଚନ୍ଦନ ଗତବର୍ଷ ସେପ୍ଟେମ୍ବର ମାସରେ ମଧ୍ୟ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ।ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ ୨୦୧୯ ମସିହାରେ ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ରୂପେ ନିଯୁକ୍ତ ହୋଇଥିଲେ। ପରେ ଭାରତ ସରକାର ତାଙ୍କୁ ଛତିଶଗଡ଼ର ରାଜ୍ୟପାଳ ଭାବେ ବଦଳି କରିଥିଲେ। ସକ୍ରିୟ ରାଜନୀତିରେ ଥାଇ ସେ ୫ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ଓ ରାଜ୍ୟ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ