ଭୁବନେଶ୍ୱର : ପୋଲିସ ଏସଆଇ ଚାକିରି ପଛରେ ସିଣ୍ଡିକେଟ୍ । ଅରିଜିନାଲ ସାର୍ଟିଫିକେଟ ନେଇ ଚାଲୁଥିଲା ଡିଲ୍ । ବ୍ଳାଙ୍କ ଚେକ୍ ରେ ହେଉଥିଲା ଟଙ୍କା କାରବାର । ବିଭିନ୍ନ କୋଚିଂ ସେଣ୍ଟରେ କୋଚିଂ ଦେଉଥିବା ଶିକ୍ଷକଙ୍କ ଜରିଆରେ ଚାଲୁଥିଲା ସିଣ୍ଡିକେଟ୍ । କ୍ରାଇମବ୍ରାଞ୍ଚ ହାତରେ ଲାଗିଲା ବଡ଼ ତଥ୍ୟ । ସିଣ୍ଡିକେଟ ମେମ୍ବର ବିଶ୍ବ ରଞ୍ଜନ ବେହେରା ଗିରଫ । ଘର ବାରଙ୍ଗ ବିଦ୍ୟାଧରପୁର ଅଞ୍ଚଳରେ । ଆଶାୟୀଙ୍କ ସହ ଯୋଗାଯୋଗ କରୁଥିଲା ବିଶ୍ବରଞ୍ଜନ। ସକାଳେ ଆଉ ଦୁଇ ଦଲାଲଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।
ପୂର୍ବରୁ ୧୧୪ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ହୋଇଥିଲେ। ଗିରଫଦାରୀ ସଂଖ୍ୟ ୧୨୦ରେ ପହଞ୍ଚିଛି । ତଦନ୍ତ ଜୋଦାର କଲା କ୍ରାଇମବ୍ରାଞ୍ଚ । ଗିରଫଦାରୀ ଆହୁରି ବଢ଼ିବ । କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କ ନେତୃତ୍ବରେ ଆଗକୁ ବଢ଼ିବ ତଦନ୍ତ । ସେ ଗୋଳନ୍ଥରା ଥାନାକୁ ଯାଇ ମାମଲାର କାଗଜପତ୍ର ହାତକୁ ଆଣିବେ। କ୍ରାଇମବ୍ରାଞ୍ଚର ଜଣେ ଏସପିଙ୍କ ନିରୀକ୍ଷଣରେ ଚାଲିବ ତଦନ୍ତ । ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ – OPRB ପୂରା ଘଟଣା ଲିଖିତ ଭାବେ କ୍ରାଇମବ୍ରାଞ୍ଚକୁ ଜଣାଇଛି । ଏହି ଆଧାରରେ ତଦନ୍ତ ଚାଲିଛି। ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଛନ୍ତି ଓପିଆରବି ଅଧ୍ୟକ୍ଷ ସୁଶାନ୍ତ ନାଥ । ଓପିଆରବି ଅଧିକାରୀଙ୍କ ସହ ଘଟଣାର ତର୍ଜମା କରିଛନ୍ତି ସୁଶାନ୍ତ ନାଥ । ଅଫିସ ଡକ୍ୟୁମେଣ୍ଟ, ପେନ ଡ୍ରାଇଭ ଓ ଲାପଟକୁ ଯାଞ୍ଚ କରାଯାଉଛି। ଏସପି ବଳଭଦ୍ର ଦୀପଙ୍କୁ ଡକାଇ ପଚରାଉଚରା କରିଛନ୍ତି ଓପିଆରବି ଅଧ୍ୟକ୍ଷ ।