Saturday, February 21, 2026
22.1 C
Odisha

    ପୋଲିସ ଏସ ଆଇ ଚାକିରି ଦୁର୍ନିତି, ବାଣିକ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚ ରେଡ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପୋଲିସ ଏସ ଆଇ ଚାକିରି ଦୁର୍ନିତି କେଳେଙ୍କାରୀ । ବାଣିକ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚ ରେଡ । OPRB ଚାକିରି ଦୁର୍ନିତି କେଳେଙ୍କାରି ନେଇ ମାରିଲେ ଛାପା । କ୍ରାଇମବ୍ରାଞ୍ଚର CB CID ଟିମ୍ ପହଂଚି କରିଛନ୍ତି ତନାଘନା‌ । ସିଆରପିଏଫ୍ ସ୍ଥିତ ବାଣିକ କୋଚିଂ ଅନୁଷ୍ଠାନରେ ରେଡ ହୋଇଛି ।

    ପ୍ରକାଶଯୋଗ୍ୟ, ପୋଲିସ ଏସଆଇ ଚାକିରି ପଛରେ ସିଣ୍ଡିକେଟ୍ ଥିବା ଜଣାପଡିଛି । ଅରିଜିନାଲ ସାର୍ଟିଫିକେଟ ନେଇ ଚାଲୁଥିଲା ଡିଲ୍ । ବ୍ଳାଙ୍କ ଚେକ୍ ରେ ହେଉଥିଲା ଟଙ୍କା କାରବାର । ବିଭିନ୍ନ କୋଚିଂ ସେଣ୍ଟରେ କୋଚିଂ ଦେଉଥିବା ଶିକ୍ଷକଙ୍କ ଜରିଆରେ ଚାଲୁଥିଲା ସିଣ୍ଡିକେଟ୍ । କ୍ରାଇମବ୍ରାଞ୍ଚ ହାତରେ ଲାଗିଲା ବଡ଼ ତଥ୍ୟ । ସିଣ୍ଡିକେଟ ମେମ୍ବର ବିଶ୍ବ ରଞ୍ଜନ ବେହେରା ଗିରଫ । ଘର ବାରଙ୍ଗ ବିଦ୍ୟାଧରପୁର ଅଞ୍ଚଳରେ ।

    ଆଶାୟୀଙ୍କ ସହ ଯୋଗାଯୋଗ କରୁଥିଲା ବିଶ୍ବରଞ୍ଜନ। ସକାଳେ ଆଉ ଦୁଇ ଦଲାଲଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। ପୂର୍ବରୁ ୧୧୪ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ହୋଇଥିଲେ। ଗିରଫଦାରୀ ସଂଖ୍ୟ ୧୨୦ରେ ପହଞ୍ଚିଛି । ତଦନ୍ତ ଜୋଦାର କଲା କ୍ରାଇମବ୍ରାଞ୍ଚ । ଗିରଫଦାରୀ ଆହୁରି ବଢ଼ିବ । କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କ ନେତୃତ୍ବରେ ଆଗକୁ ବଢ଼ିବ ତଦନ୍ତ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    39 %
    2.4kmh
    9 %
    Sat
    23 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ