Friday, October 2, 2026
23.8 C
Odisha

    ପୌଷପୁର୍ଣ୍ଣିମାରେ ସୁନା ବେଶରେ ଝଟକିବେ ମହାପ୍ରଭୁ

    ଆଗକୁ ପଢନ୍ତୁ

    ପୁରୀ : ପୌଷପୁର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ । ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ମସ୍ତକରେ କିରିଟ,ପାଦରେ ଶ୍ରୀପୟର,ହାତର
    ଶ୍ରୀଭୂଜ,ହରିଡାମାଳ,ବାହାଡା ମାଳ,ସେବତୀମାଳ,ଆଡକାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ମହାପ୍ରଭୁ ରାଜାରାଜେଶ୍ୱର ବେଶରେ ଭକ୍ତ ଗଣଙ୍କୁ ଦର୍ଶନ ଦେବେ। ଶ୍ରୀଜୀଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ପୁଷ୍ୟାଭିଷକ ଅନ୍ୟତମ ଉତ୍ସବ। ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜି ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ। ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷପୁର୍ଣ୍ଣିମା ଅର୍ଥାତ୍ ଆଜିର ଦିନରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥାଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.8 ° C
    23.8 °
    23.8 °
    79 %
    1.6kmh
    13 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ