Saturday, October 10, 2026
30.1 C
Odisha

    ପ୍ରତି ଜିଲ୍ଲାରେ ଧାନ ମଣ୍ଡିରେ ନିଯୁକ୍ତ ହେବେ ନୋଡାଲ ଅଫିସର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଚଳିତ ଖରିଫ ଋତୁରେ ରାଜ୍ୟରେ ସରକାରୀ ସ୍ତରରେ ଧାନକିଣା ପ୍ରକ୍ରିୟା ଚାଲିଛି। ଏହାକୁ ସ୍ବଚ୍ଛ ଓ ନିରପେକ୍ଷ କରିବାକୁ ୩୦ଟି ଜିଲାର ୩୯୦୩ ମଣ୍ଡି ପାଇଁ ୩୮୯୩ ଜଣ ନୋଡାଲ ଅଧିକାରୀ ନିଯୁକ୍ତ ହୋଇଛନ୍ତି। ଚାଷୀଙ୍କ ସହାୟତା ପାଇଁ ପ୍ରତ୍ୟେକ ମଣ୍ଡିରେ ନୋଡାଲ ଅଧିକାରୀ ନିଯୁକ୍ତ ହେବା ସହ ଦୁଇରୁ ତିନୋଟି ମଣ୍ଡି ଦାୟିତ୍ୱରେ ଜଣେ ସୁପରଭାଇଜରଙ୍କୁ ନିଯୁକ୍ତି ଦିଆଯାଇଛି। ୧୦୩୧ ସୁପରଭାଇଜରଙ୍କୁ ଆବଶ୍ୟକତା ଅନୁଯାୟୀ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଯୁକ୍ତ କରାଯାଇଛି। ଅଧିକାରୀମାନେ ଚାଷୀଙ୍କ ସମସ୍ୟା ବୁଝିବା ସହ ତୁରନ୍ତ ପଦକ୍ଷେପ ନେବେ। ପଞ୍ଜିକୃତ ଚାଷୀଙ୍କଠାରୁ ଧାନ କିଣାଯିବା ସହ କ୍ବିଣ୍ଟାଲ ପିଛା ସର୍ବନିମ୍ନ ସହାୟତା ମୂଲ୍ୟ ବାବଦକୁ ୨୩ଶହ ଟଙ୍କା ଓ ଇନପୁଟ୍‌ ସହାୟତା ରାଶି ଭାବେ ୮ଶହ ଟଙ୍କା ପ୍ରଦାନ କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    55 %
    3.3kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ