Monday, October 12, 2026
22.3 C
Odisha

    ପ୍ରଥମଥର ; ଓଡିଆରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :  ପ୍ରଥମଥର ଛାତ୍ରଛାତ୍ରୀଙ୍କୁ ଓଡିଆରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍। ଆଜି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ବଡ ସୂଚନା ଦେଇଛନ୍ତି। ଉଭୟ ଓଡିଆ ଓ ଇଂରାଜୀରେ ମାଟ୍ରିକ ସାର୍ଟିଫିକେଟ୍ ଉପଲବ୍ଧ ହେବ। ଆସନ୍ତାକାଲି ଅପରାହ୍ଣରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଷ୍ଟେଟ୍ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। www.bseodisha.ac.inରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ।
    ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆସନ୍ତା ମେ ୨ ତାରିଖ ଶନିବାର ପ୍ରକାଶ ପାଇବ। ଅପରାହ୍ଣ ୪ଟାରେ ବୋର୍ଡ ପକ୍ଷରୁ ଫଳ ଘୋଷଣା କରାଯିବ। ଛାତ୍ରଛାତ୍ରୀ ସନ୍ଧ୍ୟା ୬ଟା ପରଠାରୁ ବୋର୍ଡ ୱେବ୍‌ସାଇଟ୍‌ରୁ ଫଳ ଜାଣିପାରିବେ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ଚଳିତବର୍ଷ ରାଜ୍ୟରେ ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହୋଇଥିଲା। ୫ ଲକ୍ଷ ୬୨ ହଜାର ୬୧୨ ଛାତ୍ରଛାତ୍ରୀ ଫର୍ମପୂରଣ କରିଥିଲାବେଳେ ୩୦୮୨ କେନ୍ଦ୍ରରେ ପରୀକ୍ଷା ହୋଇଥିଲା। ପ୍ରାୟ ୯ ହଜାର ୯୩୦ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ରହିଥିଲେ। ମାର୍ଚ୍ଚ ୧୯ ତାରିଖରୁ ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇ ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ଖାତା ଦେଖିବାକୁ ନିୟୋଜିତ ହୋଇଥିଲେ। ଏପ୍ରିଲ ୨ ତାରିଖ ସୁଦ୍ଧା ଅର୍ଥାତ ୧୫ଦିନ ମଧ୍ୟରେ ଖାତାଦେଖା ଶେଷ ହୋଇଥିଲା। ରାଜ୍ୟର ସବୁ ମୂଲ୍ୟାୟନ କେନ୍ଦ୍ରରୁ ଉତ୍ତରଖାତା ଆସି ବୋର୍ଡ ମୁଖ୍ୟାଳୟରେ ଗଚ୍ଛିତ ରଖାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    82 %
    1.3kmh
    0 %
    Sun
    22 °
    Mon
    29 °
    Tue
    30 °
    Wed
    30 °
    Thu
    30 °

    ସମ୍ବନ୍ଧିତ