Friday, October 9, 2026
23.3 C
Odisha

    ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ବ ନେଲେ ମନୋଜ ଆହୁଜା

    ଆଗକୁ ପଢନ୍ତୁ

    ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ଶ୍ରୀ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ରହିଥିଲେ। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର କ୍ୟାବିନେଟ ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍‌ ଆଇଏଏସ ଅଫିସର ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରିବା ନିମନ୍ତେ ଅନୁମତି ଦେଇଥିଲେ। ଏହାପରେ ଚଳିତ ମାସ ୨୮ ତାରିଖରେ ତାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    75 %
    1.7kmh
    3 %
    Fri
    23 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ