Wednesday, October 7, 2026
31.4 C
Odisha

    ପ୍ରବଳ ବର୍ଷା : ୩ ଜିଲ୍ଲାକୁ ରେଡ୍‌, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ସକାଳୁ ଅବପାତରେ ପରିଣତ ହୋଇ ଆଗକୁ ଆଗକୁ ବଢି ଚାଲିଛି। ଯାହାର ପ୍ରଭାବରେ ରାଜ୍ୟର କିିଛି ସ୍ଥାନରେ ବର୍ଷା ଲାଗିରହିଥିବା ବେଳେ କାଲି ମଧ୍ୟ ସମାନ ସ୍ଥିତି ରହିବ ବୋଲି ପାଣିପାଗ ବିଭାଗ କହିଛି।
    ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥି ପାଇଁ ଏହି ତିନି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହିତ ଏହି ସମୟ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଦେବଗଡ଼, ସୁନ୍ଦରଗଡ଼, ଜଗତସିଂହପୁର, କଟକ, ନୟାଗଡ଼, ବୌଦ୍ଧ, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    52 %
    2.4kmh
    12 %
    Wed
    29 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ