Saturday, May 11, 2024
40 C
Odisha

    ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଏଭଳି ପଦକ୍ଷେପ ରାଜ୍ୟର ଦୀର୍ଘସ୍ଥାୟୀ ବିକାଶ ତଥା ଭବିଷ୍ୟତ ଲାଗି ଯୁବପିିଢ଼ିଙ୍କ ଦକ୍ଷତା ବୃଦ୍ଧି ଲାଗି ଏକ ମାର୍ଗଦର୍ଶନ ହେବ ବୋଲି କହିଛନ୍ତି। ବର୍ତ୍ତମାନ ସମୟରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି । ତେଣୁ ଏହା ସହିତ ତାଳ ଦେଇ ଆମକୁ ଆମର ସାମାଜିକ ଓ ଅର୍ଥନୈତିକ ଧାରାକୁ ସମୃଦ୍ଧ କରିବାକୁ ହେବ । ଭବିଷ୍ୟତ ଲାଗି ଆମ ଯୁବପିିଢ଼ିକୁ ପ୍ରସ୍ତୁତ କରିବାକୁ ପଡ଼ିବ । ଏହି ସମ୍ମିଳନୀ ଆମକୁ ରାଜ୍ୟର ଦ୍ରୁତ ଅଭିବୃଦ୍ଧି, ଭବିଷ୍ୟତ ଲାଗି ଦକ୍ଷ ମାନବ ସମ୍ବଳ ପ୍ରସ୍ତୁତି ଏବଂ ଯୁବପିିଢ଼ିଙ୍କ ଲାଗି ନୂତନ ଓ ବ୍ୟାପକ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବା ଦିଗରେ ବିଶେଷ ସହାୟକ ହେବ’, କହିଥିଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ । ଓଡ଼ିଶାର ଦ୍ରୁତ ବିକାଶ ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ, ରୂପାନ୍ତରଣ ଆମ ପାଇଁ କେବଳ ଏକ ନୂଆ ବାଟ ନୁହେଁ, ଏହା ଏକ ଆବଶ୍ୟକତା । ପ୍ରମୁଖ ଶିଳ୍ପ ନେତୃତ୍ୱ ଏବଂ ବିଭିନ୍ନ ଅଂଶୀଦାରମାନେ ଏକାଠି ହୋଇ ଭବିଷ୍ୟତର ମାନବ ସମ୍ବଳ ଲାଗି ଅପାର ସମ୍ଭାବନା ତଥା ଓଡ଼ିଶା ପାଇଁ ଅସୀମ ସମୃଦ୍ଧି ସୃଷ୍ଟି ଲାଗି ରାସ୍ତା ପ୍ରସ୍ତୁତ କରିବା ଏଭଳି କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40 ° C
    40 °
    40 °
    25 %
    1.4kmh
    0 %
    Sat
    41 °
    Sun
    40 °
    Mon
    40 °
    Tue
    39 °
    Wed
    38 °

    ସମ୍ବନ୍ଧିତ