Monday, October 27, 2025
22.5 C
Odisha

    ଫକୀର ମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବାଲେଶ୍ବର ଫକୀର ମୋହନ କଲେଜ ପୀଡ଼ିତା ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଟ୍ବିଟ କରି କହିଛନ୍ତି, ମୁଁ ଅତ୍ୟନ୍ତ ମର୍ମାହତ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବାକୁ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ସବୁ ଦୋଷୀଙ୍କୁ କଠୋରରୁ କଠୋର ଦଣ୍ଡ ଦିଆଯିବ ବୋଲି ସେ କହିଛନ୍ତି । ଏଥିପାଇଁ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ।

    ସେହିପରି ଛାତ୍ରୀଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଛାତ୍ରୀଙ୍କ ବିୟୋଗରେ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ।

    ସେହିପରି ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ଗଭୀର ଭାବେ ମର୍ମାହତ କହିଛନ୍ତି । ସମସ୍ତ ପ୍ରଚେଷ୍ଟା ସତ୍ତ୍ବେ ଆମେ ଛାତ୍ରୀଜଣଙ୍କୁ ହରାଇଲୁ । ଦୋଷୀଙ୍କ ପ୍ରତି ଶୂନ୍ୟ ସହନୀଶଳତା ନୀତିରେ କଠୋରରୁ କଠୋରତମ ଦଣ୍ଡ ପ୍ରକ୍ରିୟା ଆରମ୍ଭ ହୋଇଛି । ଏପରି ଘଟଣା ଯେପରି ଆଗକୁ ନ ଘଟିବ ସେଥିପ୍ରତି ଯତ୍ନଶୀଳ ଅଛୁ ବୋଲି କହିଛନ୍ତି ସୂର୍ଯ୍ୟବଂଶୀ ସୁରୁଜ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.5 ° C
    22.5 °
    22.5 °
    95 %
    1kmh
    15 %
    Mon
    23 °
    Tue
    27 °
    Wed
    25 °
    Thu
    29 °
    Fri
    28 °

    ସମ୍ବନ୍ଧିତ