Sunday, October 4, 2026
28.6 C
Odisha

    ଫିଟିବ ନବ ଦାସ ହତ୍ୟା ମାମଲାର ଗୁମର: ଆଇନ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର କେସ ପୁଣି ଖୋଲିବାକୁ ଯାଉଛନ୍ତି ଭାଜପା ସରକାର। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ବେଳେ ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିନ୍ତି, ଖୁବ୍‌ଶୀଘ୍ର ଏହି ମାମଲା ରିଓପନ୍‌ କରାଯିବ। ନବ ଦାସ ଜଣେ ବିଜେଡି ନେତା ହେଲେ ମଧ୍ୟ ସେ ଜଣେ ମନ୍ତ୍ରୀ ଥିଲେ। ଆଉ ସ୍ପଷ୍ଟ ଦିବାଲୋକରେ ଜଣେ ମନ୍ତ୍ରୀଙ୍କ ହତ୍ୟାକୁ କେବେ ବି ହାଲକା ଭାବେ ଗ୍ରହଣ କରାଯାଇ ପାରିବ ନାହିଁ।
    ସୂଚନାଯୋଗ୍ୟ, ୨୦୨୩ ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ଦିନ ଦିପ୍ରହରରେ ଗୁଳି କରି ହତ୍ୟା କରାଯାଇଥିଲା। ପୋଲିସ ଏଏସଆଇ ଗୋପାଳ ଦାସ ତାଙ୍କୁ ଗୁଳିମାଡ କରିଥିଲେ। ପରେ ତାଙ୍କୁ ଗିରଫ କରାଯାଇଥିଲେ ମଧ୍ୟ ଏହି ହତ୍ୟାକାଣ୍ଡ ପଛରୁ ଏପର୍ଯ୍ୟନ୍ତ ପରଦା ହଟିପାରିନାହିଁ। ଏହି ହତ୍ୟାକାଣ୍ଡ ପଛରେ ବିଜେଡି ନେତାଙ୍କ ସମ୍ପୃକ୍ତି ଥିବା ନେଇ ମଧ୍ୟ ଅଭିଯୋଗ ହୋଇଥିଲା। କେବଳ ନବ ଦାସ ମାମଲା ନୁହେଁ, ଅନେକ ପୁରୁଣା କେସ୍‌ ରିଓପନ୍‌ କରାଯିବ ବୋଲି ଆଇନ୍‌ ମନ୍ତ୍ରୀ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ