Wednesday, October 7, 2026
22.1 C
Odisha

    ଫେବୃଆରୀ ୨ରୁ ୬ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :  ଫେବୃଆରୀ ୨ରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଯାଜପୁର, ବାଲେଶ୍ବର, ପୁରୀ, ମୟୂରଭଞ୍ଜ ଏବଂ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ତ୍ରୁଟିଶୂନ୍ୟ କରିବା ଏବଂ ତାଙ୍କ ଗସ୍ତ ସମୟରେ କଡ଼ା ସୁରକ୍ଷା ନିମନ୍ତେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଫେବୃଆରୀ ୨ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚି ସେହିଦିନ ଲୋକ ଭବନରେ କିଛି ସାକ୍ଷାତ କାର୍ଯ୍ୟକ୍ରମ ପରେ ସେଠାରେ ରାତି ରହଣି କରିବେ। ୩ତାରିଖ ସକାଳେ ସେ ଯାଜପୁର ଗସ୍ତ କରି ବିରଜା ମନ୍ଦିର ପରିଦର୍ଶନ କରି ନାଭି ଗୟାଠାରେ ପୂଜାର୍ଚ୍ଚନା କରିବେ। ଅପରାହ୍ଣରେ ବାଲେଶ୍ୱର ଗସ୍ତ କରି ଫକୀର ମୋହନ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ସେଦିନ ସନ୍ଧ୍ୟାରେ ସେ ପୁରୀ ଗସ୍ତ କରି ଶ୍ରୀଜୀଉଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ୪ତାରିଖ ସକାଳେ ମୟୂରଭଞ୍ଜ ଜିଲା ଗସ୍ତ କରି ରାଇରଙ୍ଗପୁର ମହୁଲଡିହା ସ୍ଥିତ ଅବକାଶ ଗୃହ ଉଦ୍‌ଘାଟନ କରିବା ସହ ସେଠାରେ ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ବିଭାଗ ପରିଚାଳିତ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଦର୍ଶନ କରି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ପରେ ବୈଦପୁରଠାରେ ଏକ କ୍ରୀଡ଼ା କମ୍ପ୍ଲେକ୍ସ ଉଦ୍‌ଘାଟନ କରିବେ। ୪ ତାରିଖ ଅପରାହ୍ଣରେ ରାଷ୍ଟ୍ରପତି ରାଇରଙ୍ଗପୁରଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି।

    ୫ତାରିଖ ସକାଳେ ରାଇରଙ୍ଗପୁର ଜଗନ୍ନାଥ ମନ୍ଦିରଠାରେ ବିଶେଷ କାର୍ଯ୍ୟକ୍ରମରେ ଯୋଗଦେଇ ଅପରାହ୍ଣରେ ଶିମିଳିପାଳ ଗସ୍ତ କରିବେ। ୬ତାରିଖ ସକାଳେ ସେଠାରେ ମହିଳା ଏବଂ ଆଦିବାସୀ ଗୋଷ୍ଠୀର ଯୁବବର୍ଗଙ୍କ ସହିତ ବାର୍ତ୍ତା ବିନିମୟ କରିବେ। ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚି ରାଜ୍ୟ ସରକାର ଏବଂ ଗ୍ଲୋବାଲ ଫିନାନ୍ସ ଟେକ୍ନୋଲୋଜି ନେଟ୍‌ୱର୍କର ମିଳିତ ଆୟୋଜନରେ ଅନୁଷ୍ଠିତ ‘ବ୍ଲାକ୍ ସ୍ୱାନ୍ ସମ୍ମିଳନୀ ଇଣ୍ଡିଆ’ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତି ୭ତାରିଖ ସକାଳୁ ଭୁବନେଶ୍ୱର ବିମାନ ବନ୍ଦରରୁ ଛତିଶଗଡ଼ ଅଭିମୁଖେ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି।

    ସମସ୍ତ କାର୍ଯ୍ୟକ୍ରମକୁ ବ୍ୟକ୍ତିଗତ ଭାବେ ତଦାରଖ କରିବା ପାଇଁ ସମ୍ପୃକ୍ତ ବିଭାଗର ସଚିବ, ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦେଶ ଦିଆଯାଇଛି। ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ଡିଜିପି ୱାଇ.ବି.ଖୁରାନିଆ, ଅଗ୍ନିଶମ ସେବା ଡିଜି ଡ. ସୁଧାଂଶୁ ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    86 %
    1.1kmh
    0 %
    Wed
    31 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ