Tuesday, January 13, 2026
16.3 C
Odisha

    ଫେବ୍ରୁଆରୀକୁ ଘୁଞ୍ଚିଲା PUCC କଟକଣା ମହଲତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ମାସେ ଘୁଞ୍ଚିଲା PUCC କଟକଣା ମହଲତ । ଗାଡ଼ି ଚାଳକଙ୍କୁ ଆଶ୍ବସ୍ତି । ବୈଧ ପ୍ରଦୂଷଣ ପ୍ରମାଣପତ୍ର ବା PUCC ବିନା ଗାଡ଼ିକୁ ତେଲ ମନା ନିଷ୍ପତ୍ତିକୁ ଫେବ୍ରୁଆରୀ ପହିଲାକୁ ଘୁଞ୍ଚାଇ ଦିଆଯାଇଛି । ପୂର୍ବରୁ ଜାନୁଆରୀରୁ କଟକଣା ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା । ତେବେ ଗାଡ଼ିର ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ କଟକଣା ମହଲତ ଅବଧିକୁ ଫେବ୍ରୁଆରୀ ପହିଲାକୁ ଘୁଞ୍ଚାଇ ଦିଆଯାଇଛି । ମୋଟର ଯାନର ପ୍ରଦୂଷଣ ସାର୍ଟିଫିକେଟ୍- PUCC ଯାଞ୍ଚ ନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।

    ଏହି ଅବଧି ମଧ୍ୟରେ ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣ ପତ୍ର ନ ଥିବା ଯାନ ମାନେ ପ୍ରଦୂଷଣ ଯାଞ୍ଚ କରାଇନେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଫେବ୍ରୁଆରୀ ୧ ପୂର୍ବରୁ କୌଣସି ପେଟ୍ରୋଲ ପମ୍ପରେ କାହାକୁ ମଧ୍ୟ ପ୍ରଦୂଷଣ ସାର୍ଟିଫିକେଟ ପାଇଁ ଇନ୍ଧନ ଦେବାକୁ ମନା କରାଯାଇପାରିବ ନାହିଁ । ଏହି ସମୟରେ ପ୍ରଦୂଷଣ ସାର୍ଟିଫିକେଟ ସଂକ୍ରାନ୍ତରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି । PUCC ପାଇଁ ଏବେ ବିଭିନ୍ନ ସ୍ଥାନରେ ଲମ୍ବା ଲାଇନ ଦେଖିବାକୁ ମିଳୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    16.3 ° C
    16.3 °
    16.3 °
    44 %
    1.9kmh
    0 %
    Tue
    16 °
    Wed
    28 °
    Thu
    29 °
    Fri
    29 °
    Sat
    30 °

    ସମ୍ବନ୍ଧିତ