Saturday, April 11, 2026
30.4 C
Odisha

    ଫୋନ୍‌ କଲ୍‌ ଆସିବାରୁ ଘରୁ ବାହାରି ଯାଇଥିଲେ, ପୋଖରୀରୁ ମିଳିଲା ମୃତଦେହ

    ଆଗକୁ ପଢନ୍ତୁ

    ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମ ବୈଷ୍ଣବ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ବେଲଗାଁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମର ସୀମାଞ୍ଚଳ ସାହୁ(୩୭)। ଏ ନେଇ ମୃତକଙ୍କ ସ୍ତ୍ରୀ ଗୀତା ସାହୁ ବେଲଗାଁ ଥାନାରେ ଏକ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ବେଲଗାଁ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ. ୫/୨୪) ରୁଜୁ କରିଛି। ପୋଲିସ ଶବ ଜବତ ପରେ ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ପୁଲିସ ଘଟଣାର ତଦନ୍ତ ଚଳାଇଛି। ସୂଚନା ମୁତାବକ, ଶନିବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟା ସମୟରେ ସୀମାଞ୍ଚଳଙ୍କ ମୋବାଇଲ ଫୋନ୍‌କୁ ଏକ କଲ୍‌ ଆସିଥିଲା। ପରେ ସେ ଘରୁ ବାହାରି ଫେରି ନ ଥିଲେ। ଦୀର୍ଘ ସମୟ ଧରି ସେ ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ କୌଣସି ପତ୍ତା ପାରି ନ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    14 %
    2kmh
    0 %
    Sat
    32 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ