Thursday, October 2, 2025
23.7 C
Odisha

    ବଙ୍ଗୋପସାଗରରେ ଗଭୀର ଅବପାତ, ଭୀଷଣ ବର୍ଷା ପାଇଁ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଆଜି ରାତିରେ ଏହା ଗଭୀର ଅବପାତ ଭାବେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ । ଗୋପାଳପୁରରୁ ପାରାଦୀପ ମଧ୍ୟରେ ଅତିକ୍ରମ କରିବ। ଉପକୂଳ ଅତିକ୍ରମ କଲା ବେଳେ ପବନର ବେଗ ଘଣ୍ଟା ପ୍ରତି ୫୫ ରୁ ୬୫ କିଲୋମିଟର ରହିବ । ଝଟକା ପବନର ବେଗ ୭୫ କିଲୋମିଟର ରହିପାରେ । ଗଭୀର ଅବପାତ ପ୍ରଭାବରେ ଭୀଷଣ ବର୍ଷା ପାଇଁ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା,ଗଜପତି, ଗଞ୍ଜାମ, ଓ ପୁରୀ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ସେହିପରି ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

    ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ। ପୂରା ରାଜ୍ୟରେ ଭୀଷଣ ବର୍ଷିବ। ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । କାଲି ପ୍ରବଳ ବର୍ଷା ସମ୍ଭାବନା ଥିବା କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା ଓ ବରଗଡ଼କୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.7 ° C
    23.7 °
    23.7 °
    97 %
    2.3kmh
    100 %
    Thu
    24 °
    Fri
    27 °
    Sat
    29 °
    Sun
    29 °
    Mon
    28 °

    ସମ୍ବନ୍ଧିତ