Thursday, August 13, 2026
25.8 C
Odisha

    ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ଘୂର୍ଣ୍ଣିବଳୟ ସକ୍ରିୟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ଦକ୍ଷିଣ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । କାଲି ଲୋପ୍ରେସର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ବଢ଼ିବ ବର୍ଷାର ପରିମାଣ । ସପ୍ତାହେ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ୧୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁ ତାପମାତ୍ରା ଖସିଛି । ଗରମ ଓ ଗୁଳୁଗୁଳିରେ ମିଳିଛି ସାମାନ୍ୟ ଆଶ୍ବସ୍ତି । ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    25.8 ° C
    25.8 °
    25.8 °
    91 %
    1.5kmh
    100 %
    Thu
    28 °
    Fri
    28 °
    Sat
    24 °
    Sun
    27 °
    Mon
    29 °

    ସମ୍ବନ୍ଧିତ