Thursday, September 25, 2025
26 C
Odisha

    ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି । ଏହା ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ସେପଟେ ଆଉ ଏକ ଘୁର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି । ପ୍ରଭାବରେ ଆଜି ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଆଡ଼କୁ ଗତି କରିବା ସହ ଧୀରେ ଧୀରେ ଅଧିକ ଘନୀଭୂତ ହୋଇ ଉତ୍ତର -ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବ ।

    ସେପ୍ଟେମ୍ବର ୨୭ ତାରିଖରେ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ । ଆଜି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ୨୮ ତାରିଖ ଯାଏଁ ଗଭୀର ସମୁଦ୍ରକୂ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26 ° C
    26 °
    26 °
    85 %
    1.8kmh
    88 %
    Thu
    29 °
    Fri
    29 °
    Sat
    27 °
    Sun
    26 °
    Mon
    29 °

    ସମ୍ବନ୍ଧିତ